ପ୍ରମୂଖ ଖବର
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ବଡଓଷାରେ ଧବଳେଶ୍ଵରଙ୍କ ପୀଠ ଲୋକାରଣ୍ୟ, ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା

Published By : Harapriya Sethi | November 13, 2024 8:03 AM

ଆଠଗଡ଼,୧୩/୧୧: ମହା କାର୍ତ୍ତିକ ମାସର ସବୁଠାରୁ ବଡ଼ ପର୍ବ ବଡଓଷା । ସେଥିପାଇଁ ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ପ୍ରଭୁ ଶ୍ରୀ ଶ୍ରୀ ଧବଳେଶ୍ଵରଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି । ବିଶ୍ବପ୍ରସିଦ୍ଧ ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର ।

ପୀଠରେ ରାତ୍ର ୩ଟାରେ ପହଡ଼ ଖୋଲାଯାଇ ସମସ୍ତ ପ୍ରକାର ନୀତିକାନ୍ତି କରାଯାଇଥିଲା । ଏହା ପରେ ସାଧାରଣ ଦର୍ଶନ ନିମନ୍ତେ ଦ୍ଵାର ଫିଟା ଯାଇଥିଲା। ହଜାର ହଜାର ଶ୍ରଦ୍ଧାଳୁ ମାନଙ୍କ ମଧ୍ୟରେ ପୀଠରେ ଚାଲିଛି ଶୃଙ୍ଖଳିତ ଦର୍ଶନ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଲାଗି ହେବ ବାବା ଧବଳେଶ୍ବରଙ୍କର ଅତିପ୍ରିୟ ଭୋଗ ଗଜଭୋଗ ଓ ତରଣ । ଭକ୍ତଙ୍କ ସୁରକ୍ଷା ଏବଂ ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.