ପ୍ରମୂଖ ଖବର
  • ରଣଜୀ ଟ୍ରଫିର ଦ୍ୱିତୀୟ ଭାଗ: ଆଜିଠୁ ଗ୍ରାଉଣ୍ଡକୁ ଓହ୍ଲାଇବେ ରୋହିତ, ପନ୍ତ, ଗିଲ୍‌, ଜାଡ଼େଜା
  • ||
  • ଘନ କୁହୁଡ଼ିର ଚାଦର ତଳେ ଆଠଗଡ଼, ଯାତାୟତ ବାଧାପ୍ରାପ୍ତ
  • ||
  • କରଞ୍ଜିଆ : ଶିକାରୀଙ୍କୁ ଧରାଇ ଦେଲା ଏଆଇ କ୍ୟାମେରା, ୩ ଜଣଙ୍କୁ ଧରିଲା ସ୍ବତନ୍ତ୍ର ଏନଫୋର୍ସମେଣ୍ଟ୍ ଟିମ୍
  • ||
  • ରାଜ୍ୟରେ ରେକର୍ଡ ଭାଙ୍ଗିଲାଣି ତାତି: କୋରାପୁଟରେ ୩୩.୨ ଡିଗ୍ରୀ ପାର୍, ଆଗକୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିବ
  • ||
  • ଭଦ୍ରକ : ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
  • ||

ଧାନଖଳାରୁ ବଜ୍ରକାପ୍ତା ଉଦ୍ଧାର, ସ୍ୱାସ୍ଥ୍ୟ ପରୀକ୍ଷା ପରେ ଜଙ୍ଗଲରେ ଛାଡିବ ବନ ବିଭାଗ

Published By : Harapriya Sethi | December 11, 2024 8:41 AM

ବୋରିଗୁମ୍ମା,୧୧/୧୨: ରଣସପୁର ଗ୍ରାମର ପର୍ଶୁରାମ ନାୟକଙ୍କ ଧାନଖଳାରୁ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି । ବଜ୍ରକାପ୍ତାଟିର ସ୍ୱାସ୍ଥ୍ୟ ପରୀକ୍ଷା ପରେ ଜଙ୍ଗଲରେ ଛଡ଼ାଯିବ ବୋଲି ବନ ବିଭାଗ ତରଫରୁ ସୂଚନା ମିଳିଛି । ଖାଦ୍ୟ ଅନ୍ୱେଷଣରେ ବଜ୍ରକାପ୍ତାଟି ଗାଁକୁ ଚାଲି ଆସିଥିବା ଅନୁମାନ କରାଯାଉଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ମଙ୍ଗଳବାର ସନ୍ଧ୍ୟା ସମୟରେ ପର୍ଶୁରାମ ଧାନ ଅମଳ କରୁଥିଲେ । ଏହି ସମୟରେ ଧାନ ଗଦା ଭିତରେ ଏକ ବଜ୍ରକାପ୍ତା ଦେଖିବାକୁ ପାଇଥିଲେ । ଏହା ଦେଖି ସଙ୍ଗେ ସଙ୍ଗେ ବଜ୍ରକାପ୍ତାକୁ ଉଦ୍ଧାର କରି ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗର କର୍ମଚାରୀ ରଣସପୁର ଗାଁରେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ବଜ୍ରକାପ୍ତାକୁ ଉଦ୍ଧାର କରି ବୋରିଗୁମ୍ମା ବନ କାର୍ଯ୍ୟାଳୟକୁ ଆଣିଛନ୍ତି । ବଜ୍ରକାପ୍ତାଟିର ସ୍ବାସ୍ଥ୍ୟ ପରୀକ୍ଷା ପରେ ଜଙ୍ଗଲରେ ଛଡ଼ାଯିବ। ତେବେ ଖାଦ୍ୟ ଅନ୍ୱେଷଣରେ ବଜ୍ରକାପ୍ତାଟି ଗାଁ ଭିତରକୁ ଚାଲି ଆସିଥିବା ଅନୁମାନ କରାଯାଉଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.