ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରେଞ୍ଜଡା-କରମପଦା ମଝିରେ IED ବିସ୍ଫୋରଣ, ରେଳ ଧାରଣା ଉଡାଇଦେଲେ ମାଓବାଦୀ
  • ||
  • କୋଟିପତି MVI ଗୋଲାପ ଚନ୍ଦ୍ର ହାଁସଦା ଗିରଫ; ବାବୁଙ୍କର ୪୪ ପ୍ଲଟ୍‌, ଘରୁ କେଜିଏ ସୁନା ଜବତ
  • ||
  • ଏଣିକି ନାଇଟ୍‌ ସିଫ୍ଟ କରିପାରିବେ ମହିଳା; ସୁରକ୍ଷା ପାଇଁ ଉପଲବ୍ଧ ହେବ ଟୋଲ୍ ଫ୍ରି ନମ୍ୱର
  • ||
  • ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ, ୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ
  • ||
  • ସୋମବାରଠୁ ଶ୍ରୀକ୍ଷେତ୍ରରେ ଝୁଲଣ ଯାତ୍ରା, ମଠ ମନ୍ଦିର ଝୁଲଣ କୁଞ୍ଜରେ ଝୁଲିବେ ଦେବଦେବୀ
  • ||
  • ଏଫ୍‌ଏମ୍‌ ଛାତ୍ରୀ ଆତ୍ମାହୁତି ମାମଲାରେ ଆକ୍ସନ୍, ଦୁଇ ଛାତ୍ରଙ୍କୁ ଗିରଫ କରି ଜେଲ ପଠାଇଲା କ୍ରାଇମ୍‌ବ୍ରାଞ୍ଚ୍
  • ||
  • ୟେମେନରେ ମଝି ଦରିଆରେ ବୁଡ଼ିଗଲା ଡଙ୍ଗା, ୬୮ ମୃତ , ୭୪ଜଣଙ୍କର ମିଳୁନି ପତ୍ତା
  • ||
  • ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର
  • ||
  • ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୁତି ମାମଲା,କଲେଜର ଦୁଇ ଛାତ୍ର ଗିରଫ, ଆତ୍ମାହୁତି ପାଇଁ ଉସ୍‌କାଇଥିବା ଅଭିଯୋଗ
  • ||
  • ଆସନ୍ତା ୭ରେ ହୋଇପାରେ ଘୂର୍ଣ୍ଣିବଳୟ, ୯ ଯାଏ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ
  • ||

ବାୟାବରରେ ବଳଙ୍ଗା ପୀଡ଼ିତାଙ୍କ ଶେଷକୃତ୍ୟ ସଂପନ୍ନ, ଶୋକାକୂଳ ପରିବେଶରେ ଦିଆଗଲା କବର

Published By : Manoj | August 4, 2025 11:19 AM

ବଳଙ୍ଗା ୦୪/୦୮: ବଳଙ୍ଗା ପୀଡ଼ିତାଙ୍କୁ ଦୁଃଖଭରା ବିଦାୟ। ଆଜି ପୈତୃକ ଗାଁ ବାୟାବରରେ ମୁସଲିମ ରୀତିନୀତିରେ ଅନ୍ତିମ ସଂସ୍କାର କରାଯାଇଛି। ଗାଁ କବରସ୍ତାନରେ ପୀଡ଼ିତାଙ୍କୁ କବର ଦେଇଛନ୍ତି ସମ୍ପର୍କୀୟ। ପରିବାରଲୋକଙ୍କ କାନ୍ଦବୋବାଳିରେ ଫାଟି ପଡୁଥିଲା ପୂରା ଅଞ୍ଚଳ। ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ ନେତା, କର୍ମୀ ଏବଂ ବିଭିନ୍ନ ଦଳ ପ୍ରତିନିଧି। ଏହ ସମୟରେ ପୁଲିସ କଡ଼ା ସୁରକ୍ଷା ବଳୟରେ ରହିଥିଲା କବରସ୍ତାନ।

ଆଜି ସକାଳେ ଇସଲାମ ଧର୍ମ ଅନୁସାରେ ଜନାଜା ନମାଜ ପାଠ ପରେ କବର ସ୍ଥାନରେ ସମସ୍ତ କାର୍ଯ୍ୟ ସଂପନ୍ନ କରାଯାଇଛି। ବାୟାବର ଗାଁରେ ଶୋକାକୂଳ ପରିବେଶ ଭିତରେ ପୀଡ଼ିତାଙ୍କ ମୃତଦେହକୁ କବର ଦିଆଯାଇଛି । ପୀଡ଼ିତାଙ୍କ ଶେଷକୃତ୍ୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା,  ପିପିଲି ବିଧାୟକ ଆଶ୍ରିତ  ପଟ୍ଟନାୟକ  ସାମିଲ ହୋଇଥିଲେ । ପୀଡ଼ିତାଙ୍କ ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ପୀଡ଼ିତାଙ୍କ ବାପାଙ୍କୁ ଭେଟି ସମବେଦନା ଜଣାଇଥିଲେ । ଏହି ସମୟରେ ଗାଁରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ ହୋଇଥିଲା ।

ବଳଙ୍ଗୀ ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା କହିଛନ୍ତି ଯେ, ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରିଥିଲେ, କିନ୍ତୁ ବଞ୍ଚାଇ ହେଲାନି। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଅଛନ୍ତି। ତାଙ୍କ ପାଇଁ ସବୁ କରିବାକୁ ପ୍ରସ୍ତୁତ। ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ପରିବାର ପାଇଁ ଯାହା କରିବାର ଅଛି କରିବୁ। ଶେଷ ଯାଏ ପୁଲିସ ଉପରେ ଭରସା ରହିଛି । ଯାହା ସତ୍ୟ ପଦାକୁ ଆସିବ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.