ପ୍ରମୂଖ ଖବର
  • ପର୍ଯ୍ୟଟକଙ୍କ ପାଇଁ ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
  • ||
  • ଖଣ୍ଡପଡ଼ା: ଶିକ୍ଷକଙ୍କ ମାଡ଼ରେ ଛାତ୍ରୀ ସଂଜ୍ଞାହୀନ ହେବା ଘଟଣା, ନିଲମ୍ବିତ ହେଲେ ସହକାରୀ ଶିକ୍ଷକ
  • ||
  • ସମ୍ବଲପୁର: କ୍ରିକେଟ ଖେଳିବା ବେଳେ ଅଘଟଣ, ଛାତିରେ ବଲ ବାଜି ଚାଲିଗଲା ଛାତ୍ରଙ୍କ ଜୀବନ
  • ||
  • ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାହାଡା ଉଠା ମହାସ୍ନାନ, ଗର୍ଭଗୃହରେ ସୁଆର ବଡୁ ସେବକଙ୍କ ଗୋଡ ଖସି ଯାଇ ରକ୍ତ ପଡ଼ିବାରୁ ମହାସ୍ନାନ
  • ||
  • ଢେଙ୍କାନାଳ: ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ ଠକେଇ କରିଥିବା ଅଭିଯୁକ୍ତ ଗିରଫ, ଜମି ପାଇଁ ନେଇଥିଲେ ୨୫ ଲକ୍ଷ ଟଙ୍କା
  • ||
  • ପୂର୍ତ୍ତ ବିଭାଗ କାର୍ଯ୍ୟରେ AI ଆଧାରିତ ସଫ୍ଟୱେର୍‌ ବ୍ୟବହାର ହେବ, ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
  • ||
  • ଗଞ୍ଜାମ: ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ, ପୁଲିସ ଛାନ୍‌ଭିନ୍।
  • ||
  • ସୁନ୍ଦରଗଡ଼: ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର,ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ, ଏକକାଳୀନ ୧୦ଟି ସ୍ଥାନରେ ଚଢ଼ାଉ
  • ||
  • କାଉଡ଼ିଆ ଯାତ୍ରା ହେଲା ଶେଷଯାତ୍ରା ; ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୮ ମୃତ
  • ||
  • ବୁଧବାର ଶ୍ରୀବିଗ୍ରହଙ୍କ ହେବ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଚୀନର ରାଜଧାନୀ ବେଜିଂରେ ପ୍ରବଳ ବର୍ଷା, ଅତିକମ୍‌ର ୩୦ ମୃତ
  • ||
  • ବିଶ୍ୱ ବ୍ୟାଘ୍ର ଦିବସ, ବାଘ ବଂଶ ବିସ୍ତାର କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ପାଇଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ
  • ||
  • ଆଣ୍ଡାମାନ ନିକୋବର ଦ୍ବୀପରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୨ ରେକର୍ଡ,ମିଳିନି କ୍ଷୟକ୍ଷତି କୌଣସି ସୂଚନା
  • ||
  • କ୍ଷେତ ଖାଲି ହେଲେ ଧାନ ବିକିବାକୁ ପଞ୍ଜିକରଣ, ଲକ୍ଷେ ୮୧ ହଜାର ଚାଷୀଙ୍କୁ ନୋଟିସ୍, ସାଟେଲାଇଟ୍ ସର୍ଭେରେ ଧରାପଡିଲେ
  • ||
  • ଲୋକସଭା ପରେ ଆଜି ରାଜ୍ୟସଭାରେ ହେବ 'ଅପରେସନ୍ ସିନ୍ଦୂର' ବିତର୍କ, ଭାଗ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି
  • ||
  • ଭାରତର ପ୍ରଥମ ମହିଳା ଚେସ୍ ବିଶ୍ୱକପ୍ ଚମ୍ପିଆନ ଦିବ୍ୟା ଦେଶମୁଖ, ଟ୍ରାଇବ୍ରେକରରେ କୋନେରୁ ହମ୍ପିଙ୍କୁ ହରାଇଲେ
  • ||
  • ୟୁକ୍ରେନ ଯୁଦ୍ଧକୁ ନେଇ ଋଷ ରାଷ୍ଟ୍ରପତି ପୁଟିନଙ୍କ ଉପରେ ଟ୍ରମ୍ପଙ୍କ ଅସନ୍ତୋଷ, କହିଲେ ତୁରନ୍ତ ଯୁଦ୍ଧ ବନ୍ଦ କରିବାକୁ ହେବ
  • ||
  • ଏଏସ୍‌ଆଇକୁ କ’ଣ ଦଣ୍ଡ ମିଳିବ ? "ଏକ୍ସ’ରେ ଶ୍ରୀମନ୍ଦିର, ରତ୍ନଭଣ୍ଡାର ଫଟୋ ଅପଲୋଡ୍‌ ପରେ ଉଡ଼େଇ ଦେଲେ...
  • ||
  • ଆମେରିକାରେ ୫ ଜଣଙ୍କୁ ଗୁଳି କରି ହତ୍ୟା, ନ୍ୟୁୟର୍କର ମିଡଟାଉନ୍ ମାନହାଟନ୍‌ରେ ଫାୟାରିଂ
  • ||
  • ଭାରତର ବଡ଼ ବିଜୟ, ୟମେନରେ କେରଳ ନର୍ସ ନିମିଷା ପ୍ରିୟାଙ୍କ ମୃତ୍ୟଦଣ୍ଡ ପ୍ରତ୍ୟାହାର
  • ||
  • ମଙ୍ଗଳବାର କାଁ ଭାଁ ବର୍ଷା, ବୁଧବାରଠୁ ଶୁଖିଲା ପାଗ: ମୟୂରଭଞ୍ଜରେ ଅଧିକ ବର୍ଷା ଆଶଙ୍କା, ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ଖୁବଶୀଘ୍ର ବଳଙ୍ଗା କେସ୍‌ର ହେବ ପର୍ଦ୍ଦାଫାସ୍ : ଏମ୍ସରେ ପୁଣି ଥରେ ହେଲା ପୀଡ଼ିତାଙ୍କ ବୟାନ ରେକର୍ଡ

Published By : Rasmita Pradhan | July 29, 2025 9:31 AM

ଭୁବନେଶ୍ଵର, ୨୯/୦୭ : ବଳଙ୍ଗା ନାବାଳିକାଙ୍କୁ ଜାଳିଦେବା ମାମଲା। ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଏମ୍ସରେ ହୋଇଛି ପୀଡ଼ିତାଙ୍କ ବୟାନ ରେକର୍ଡ। ପୁରୀ ଡିଏସପି, ବଳଙ୍ଗା ଥାନା ଅଧିକାରୀ ଦିଲ୍ଲୀ ଏମ୍ସରେ ୩୦ ମିନିଟରୁ ଅଧିକ ସମୟ ଧରି ପୀଡିତାଙ୍କ ବୟାନ ରେକର୍ଡ କରିଥିଲେ। ଏହାର ସମ୍ପୂର୍ଣ୍ଣ ଭିଡିଓ ରେକର୍ଡ କରାଯାଇଛି। ଆଜି ମଧ୍ୟ ଓଡ଼ିଶା ଫେରିବା ପୂର୍ବରୁ ପୁଣି ଏମ୍ସ ଯାଇ ପୀଡ଼ିତାଙ୍କୁ କିଛି ସମୟ ପଚାର ଉଚରା କରିବ ପୁଲିସ। ତେବେ ପୀଡ଼ିତାଙ୍କର ୩ ଥର ବୟାନ ରେକର୍ଡ ସରିଲାଣି। ୩ ଥର ସମାନ ଉତ୍ତର ସହିତ ସମାନ କଥା କହିଛନ୍ତି ପୀଡ଼ିତା। ଆଜି ଶେଷ ଥର ପାଇଁ ପୀଡ଼ିତାଙ୍କୁ ଭେଟି କିଛି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରି ଫେରିବ ବଳଙ୍ଗା ପୁଲିସ। 

ସେପଟେ ଗତକାଲି ପୀଡ଼ିତାଙ୍କ ୩ୟ ଥର ଲାଗି ଅସ୍ତ୍ର ପ୍ରଚାର ସରିଛି। ପୀଡ଼ିତାଙ୍କ ପରିବାରକୁ ପୁଲିସ୍‌ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି। ଘର ଆଗରେ ୨୪ ଘଣ୍ଟିଆ ପୁଲିସ୍‌ ମୁତୟନ କରାଯାଇଛି। ଏଥିପାଇଁ ବଳଙ୍ଗା ଥାନା ପକ୍ଷରୁ ୬ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି। ପ୍ରତ୍ୟେକ ୮ ଘଣ୍ଟାରେ ୨ଜଣ ପୁଲିସ୍‌ କର୍ମଚାରୀ ନାବାଳିକାଙ୍କ ଘର ସମ୍ମୁଖରେ ଜଗି ରହିଥିବା ଦେଖିବାକୁ ମିଳିଛି । ପୂର୍ବରୁ ପୀଡ଼ିତାଙ୍କୁ ଉଦ୍ଧାର କରିଥିବା ତେରହଳ ଗ୍ରାମର ଦୁଃଖିଶ୍ୟାମ ସେନାପତିଙ୍କୁ ପୁଲିସ ସୁରକ୍ଷା ଯୋଗାଇ ଦିଆଯାଇଥିଲା । ଏହି ମାମଲାକୁ ୧୧ଦିନ ପୂରିଛି। ଇତିମଧ୍ୟରେ ପୁଲିସ୍‌ ଅନେକ ଲୋକଙ୍କୁ ଥାନାକୁ ଡାକି ପଚରାଉଚରା କରିଛି । ୪ଜଣ ସାକ୍ଷୀଙ୍କ ନିମାପଡ଼ା କୋର୍ଟରେ ବୟାନ ରେକର୍ଡ କରାଯାଇଛି। ଖୁବ୍‌ଶୀଘ୍ର ଏହି ମାମଲାର ପୁଲିସ୍‌ ପର୍ଦ୍ଦାଫାସ୍‌ କରିବ ବୋଲି ଶୁଣିବାକୁ ମିଳୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.