PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ମାୟାବିନୀ ଅର୍ଚ୍ଚନା ନାଗ ମାମଲା: ପୁଣି ହାଜର ହେଲେ ଠିକାଦାର, ପଦାକୁ ଆସିଲା ରଣଜୀ ଖେଳାଳିଙ୍କ ଲିଙ୍କ୍‌
  • ||
  • ଭୁବନେଶ୍ୱର: ଆଜିଠୁ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଭୁବନେଶ୍ୱର: ଶୀତ ସାମାନ୍ୟ କମିବ, ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା: ୮ଟି ସ୍ଥାନରେ ରାତି ତାପମାତ୍ରା ୧୧ ଡିଗ୍ରୀ ତଳେ
  • ||

ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ କ୍ୟାଡର ନିହତ, ସର୍ଚ୍ଚ ଅପରେସନ ଜାରି

ବଲାଙ୍ଗିର, ୨୪/୧୧ : ବଲାଙ୍ଗିର ଗନ୍ଧମାର୍ଦ୍ଦନ ପାହାଡ଼ର କନ୍ଦରାଭଟା ନିକଟରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ। ସୁରକ୍ଷା ବାହିନୀ ଗୁଳିରେ ୨ ମାଓ କ୍ୟାଡର ନିହତ। ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି।

ସୂଚନାନୁଯାୟୀ, ବୁଧବାର ବିଳମ୍ବିତ ରାତିରେ ଗନ୍ଧମାର୍ଦ୍ଦନ ପାହାଡ଼ର କନ୍ଦରାଭଟା ନିକଟ ଜଙ୍ଗଲରେ ଏସଓଜି ଓ ଡିଭିଏଫ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିଲା। ଆଜି ଭୋର୍ ସମୟରେ ମାଓବାଦୀମାନେ ପୁଲିସ ଉପରକୁ ଗୁଳି ଚଳାଇଥିଲେ। ଫଳରେ ପୁଲିସ ଏହାର ପାଲଟା ଜବାବ ଦେଇଥିଲା। ଏହି ଗୁଳି ବିନିମୟରେ ୨ ମାଓ କ୍ୟାଡର ନିହତ ହୋଇଛନ୍ତି। ସେମାନଙ୍କ ନିକଟରୁ ୨ଟି ଈନସାସ ରାଇଫଲ ବନ୍ଧୁକ ଜବତ କରାଯାଇଛି ।

ଗନ୍ଧମାର୍ଦ୍ଦନ ଜଙ୍ଗଲରେ ଗତ ୧୫ ଦିନ ତଳେ ୩ ରାଜ୍ୟର ମାଓବାଦୀ ମେଳି ବାନ୍ଧିଥିବା ଖବର ପ୍ରମେୟରେ ପ୍ରକାଶ ପାଇଥିଲା । ତେବେ ମାଓ ଏନକାଉଣ୍ଟରକୁ ନେଇ ଏସପି ନିତିନ କୁଶଳକର କିଛି କହିନଥିବା ବେଳେ ଜଣେ ବରିଷ୍ଠ ଅଧିକାରୀ ଏହାକୁ ସ୍ଵୀକାର କରିଛନ୍ତି ।