ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ବାଲେଶ୍ଵର ସାଂସଦ, ମୁଖ୍ୟମନ୍ତ୍ରୀଙ୍କ ସହ ହେଲେ ଭେଟ

Published By : Rasmita Pradhan | February 24, 2025 12:17 PM

ଭୁବନେଶ୍ଵର, ୨୪/୦୨ : ପ୍ରୟାଗରାଜ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଲେ ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀ। ମହାକୁମ୍ଭରେ ପହଞ୍ଚିବା ପରେ ପୂଜାର୍ଚ୍ଚନା କରିବା ସହ ସଙ୍ଗମରେ ବୁଡ଼ ପକାଇଛନ୍ତି। ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରି କିଛି ସମୟ ଅତିବାହିତ କରିଛନ୍ତି। 

ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇ ସାଂସଦ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି ଯେ, ମହାକୁମ୍ଭ ସନାତନ ସଭ୍ୟତା, ସଂସ୍କୃତି, ଦର୍ଶନ ଏବଂ ଆମ ଶାସ୍ୱତ ପରମ୍ପରାର ଜୀବନ୍ତର ପ୍ରତୀକ। ଦୀର୍ଘ ୧୪୪ ବର୍ଷ ପରେ ବିଶ୍ବ ପ୍ରସିଦ୍ଧ ମହାକୁମ୍ଭର ମେଳାରେ ସ୍ନାନ କରିବାର ସୌଭାଗ୍ୟ ପ୍ରାପ୍ତ କରିଛି। ଏହିଭଳି ଦିବ୍ୟ ଅବସରରେ ଏକତାର ମହାପର୍ବ ‘ମହାକୁମ୍ଭ’ରେ ଶ୍ରଦ୍ଧାର ସହିତ ସ୍ନାନ କରିବା ଦିବ୍ୟ ଅନୁଭୂତି ସୌଭାଗ୍ୟର ବିଷୟ। ଏହି ଅବସରରେ ସେ ମା’ ଗଙ୍ଗାଙ୍କ ପାଖରେ ସମସ୍ତଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଛନ୍ତି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁମାନଙ୍କ ପାଇଁ ମହାକୁମ୍ଭ ମେଳା ସୁବ୍ୟବସ୍ଥିତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଉତ୍ତରପ୍ରଦେଶ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି।

ଏହି ଖବରଟିକୁ ପଢନ୍ତୁ- ସ୍କୁଟିକୁ ପଛପଟୁ ପିଟିଲା ହାଇୱା, ମହିଳା ମୃତ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.