PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିିତ ପୂଜାରୀଙ୍କୁ ବହିଷ୍କାର ପରେ ବଦଳିଲେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ
  • ||
  • ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ଲଢିବେ ଭାରତୀୟ ବଂଶୋଦ୍ଭବ ତଥା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ
  • ||
  • ଭୁବନେଶ୍ବର : ୧୦ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ
  • ||
  • ଭୁବନେଶ୍ବର : ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ, କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା
  • ||
  • ସୋର : ଭଙ୍ଗା ହେଲା ବାହାନଗା ହାଇସ୍କୁଲ ଘର, ଟ୍ରେନ୍ ଦୁର୍ଘଟଣା ପରେ ରଖାଯାଇଥିଲା ମୃତଦେହ
  • ||
  • ଭୁବନେଶ୍ଵର : ରେଲୱେ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ୬୬୧ ପରିବାରକୁ ମିଳିଛି ସହାୟତା ରାଶି, ୪ଟି ଲେନରେ କରୁଛି ଟ୍ରେନ୍ ଚଳାଚଳ
  • ||
  • ରାୟଗଡ଼ା : ଠିକାଦାର ତଥା କଂଗ୍ରେସ ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
  • ||
  • ଭୁବନେଶ୍ଵର : ଏକ ମଡେଲ ସ୍କୁଲ ଭାବରେ ଗଢାହେବ ବାହାନଗା ହାଇସ୍କୁଲ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ||

ବାଇକ୍‌କୁ ଧକ୍କା ଦେଲା ପିକଅପ୍ , ୨ ଯୁବକ ମୃତ

ବାଲେଶ୍ୱର, ୨୯/୩ : ବାଇକ୍‌କୁ ଧକ୍କା ଦେଲା ପିକଅପ୍। ବାଲେଶ୍ୱର ସହର ଉପକଣ୍ଠ କଣ୍ଟାବଣିଆ ନିକଟରେ ବୁଧବାର ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ବାଇକ୍‌ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ପରିଚୟ ମିଳିପରିନାହିଁ।

ସୂଚନା ଅନୁଯାୟୀ, ବୁଧବାର ମଧ୍ୟାହ୍ନରେ ୨ଜଣ ଯୁବକ ବାଲେଶ୍ୱରକୁ କୌଣସି କାମରେ ଆସିଥିଲେ। ବାଲେଶ୍ୱରରୁ ବାଇକରେ ଫେରିବା ବେଳେ କଣ୍ଟାବଣିଆ ଛକ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ୍ ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ବାଇକଟି ଜଳିଯାଇଥିଲା। ଦୁଇ ବାଇକ ଆରୋହୀଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। ଅପର ପକ୍ଷରେ ଭାରସାମ୍ୟ ହରାଇ ପିକଅପଟି ରାସ୍ତା ତଳକୁ ଓଲଟି ପଡିଥିଲା। ଦୁର୍ଘଟଣା ପରେ ପିକଅପ ଡ୍ରାଇଭର ଫେରାର ହୋଇଯାଇଛି। ସ୍ଥାନୀୟ ଲୋକେ ଦୁଇ ଯୁବକଙ୍କୁ ଉଦ୍ଧାର କରି ବାଲେଶ୍ୱର ହସ୍ପିଟାଲକୁ ଆଣିଥିଲେ। ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ସ୍ଥାନୀୟ ଲୋକେ ଫୁଲାଡି-ଵାଲେଶ୍ୱର ରାସ୍ତା ବନ୍ଦ କରିଥିଲେ। ସହଦେଵଖୁଣ୍ଟା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହ ରାସ୍ତାରୋକ ହଟାଇଥିଲେ।