PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର

କେନ୍ଦ୍ରାପଡ଼ା/କଟକ,୨୮/୧୧: କେନ୍ଦ୍ରାପଡ଼ା ସହର ଉପକଣ୍ଠ ବାଲିଆ ବାଣ ବିସ୍ଫୋରଣ ଘଟଣାରେ ରବିବାର ବିଳମ୍ବିତ ରାତିରେ ପୁଣି ଆଉ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ କେନ୍ଦ୍ରାପଡ଼ା ସହର ଥାନା ଅଧୀନ ଜଇପୁରାର ପିଣ୍ଟୁ ଖାନ୍‌(୨୨)। ସେ ବିସ୍ଫୋରଣରେ ଗୁରୁତର ଆହତ ହୋଇ କଟକ ବଡ଼ ମେଡିକାଲ୍‌ ଆଇସିୟୁରେ ଚିକିତ୍ସାଧୀନ ଥିଲେ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉଦ୍‌ବେଗଜନକ ହେବାରୁ ତାଙ୍କୁ ଭେଣ୍ଟିଲେଟର୍‌ରେ ରଖି ଚିକିତ୍ସା କରାଯାଉଥିଲା । ତାଙ୍କୁ ବଞ୍ଚାଇବାକୁ ଡାକ୍ତରୀ ଟିମ୍‌ର ସବୁ ଚେଷ୍ଟା ବିଫଳ ହୋଇଛି । ପିଣ୍ଟୁଙ୍କ ମୃତ୍ୟୁ ସଂପର୍କରେ କେନ୍ଦ୍ରାପଡ଼ାର ଡିଏସ୍‌ପି କାର୍ତ୍ତିକ ଚନ୍ଦ୍ର ମଲିକ ସୂଚନା ଦେଇଛନ୍ତି।

ଶୁକ୍ରବାର ଦିନ କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ବୁହାଳ ଗ୍ରାମର ଉଦୟନାଥ ଭୋଇଙ୍କର କଟକ ବଡ଼ ମେଡିକାଲର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା । ଏବେ ବର୍ଣ୍ଣ ଆଇସିୟୁରେ ପ୍ରାଣକୃଷ୍ଣ ବେଜ ଓ ମହେଶ ଲେଙ୍କା ଚିକିତ୍ସାଧୀନ ଥିବା ଜଣାପଡ଼ିଛି ।

ସୂଚନାଯୋଗ୍ୟ ବାଲିଆ ଅଘଟଣ ପରେ ଏସ୍‌ସିବିକୁ ଚିକିତ୍ସା ପାଇଁ ଆସିଥିବା ୩୪ ଆହତଙ୍କ ମଧ୍ୟରୁ ଇତିମଧ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିସାରିଥିବା ବେଳେ ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ସମ୍ବନ୍ଧିତ ଖବର