ପୁରୀ, ୩/୯ : ଗୁରୁବାର ଭାଦ୍ରବ ଶୁକ୍ଲ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ। ଏଣୁ ମଧ୍ୟାହ୍ନ ଧୂପ ଛେକ ଆସିବା ପରେ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। 

ଏହି ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପ୍ରହର ଧୂପ ପରେ ପାଳିତ ହୋଇଥାଏ । ଏହି ଅବସରରେ ଦକ୍ଷିଣ ଘରୁ ମଦନମୋହନ ରତ୍ନ ସିଂହାସନକୁ ବିଜେ କରିବା ପରେ ରତ୍ନ ଭଣ୍ତାର ନିକଟକୁ ଆସିଥାନ୍ତି । ଜୟବିଜୟ ଦ୍ୱାର ବନ୍ଦ କରାଯାଇ ପୂଜପଣ୍ତା ସାମନ୍ତ ବାମନଙ୍କ ସୁବର୍ଣ୍ଣ ପ୍ରତିମାରେ ଏହି ଜନ୍ମ ନୀତି ପାଳନ କରିଥାନ୍ତି ।