ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ସନ୍ଧ୍ୟା ୭ଟାରୁ ରାତି ସାଢେ ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ଉପରେ କଟକଣା

ପୁରୀ, ୦୫/୦୬ : ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ସନ୍ଧ୍ୟା ୭ଟାରୁ ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.