ପୁରୀ,୧୦/୨: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଅପରାହ୍ଣରେ ଭକ୍ତଙ୍କ ପାଇଁ ଦର୍ଶନ କଟକଣା ରହିବ । ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ ନାହିଁ ।
ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିଲେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।
ଆହୁରି ପଢ଼ନ୍ତୁ :- ଉକୁଣୀକୁ କରନ୍ତୁନି ହେୟ... ମୁଣ୍ଡରେ ରହି ଶୋଷିଦେବ ରକ୍ତ, ନେଇଯିବ ଜୀବନ