ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ବନାସକାଣ୍ଠା ବାଣ କାରଖାନାରେ ବିସ୍ଫୋରଣ ; ୧୩ ମୃତ

Published By : Anindita Ratha | April 1, 2025 3:27 PM

ନୂଆଦିଲ୍ଲୀ,୦୧/୦୪:  ଗୁଜୁରାଟରେ ବନାସକାଣ୍ଠାରେ ଅଭାବନୀୟ ଘଟଣା ।  ଜିଲ୍ଲାରଦୀସା ସହରରେ ଏକ ବାଣ କାରଖାନାରେ ବିସ୍ଫୋରଣ।  ଫଳରେ ୧୩ ଜଣଙ୍କ ମୃତ୍ୟୁ ହୋଇଛି।  ସେହିପରି ଏକାଧିକ ଆହତ ହୋଇଥିବା ବେଳେ ସମସ୍ତ ଆହତଙ୍କୁ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ କାରଖାନାର ସ୍ଲାବ ଭୁଶୁଡି଼ ପଡିଥିବା ଜଣାପଡ଼ିଛି ।

 ଗୁଜୁରାଟର ବନାସକାଣ୍ଠା ଜିଲ୍ଲାର ଡ଼ିସା ସହରର  ଧୁନୱା ରୋଡରେ ଥିବା ବାଣ କାରଖାନାରେ ଆଜି ସକାଳ ପ୍ରାୟ ୯ଟା ସମୟରେ ଏହି ବିସ୍ଫୋରଣ ହୋଇଛି । ଯେଉଁଥିରେ ୧୩ ଜଣଙ୍କର ମୃତ୍ୟୁ ହେବା ସହ ଏକାଧିକ ଆହତ ହୋଇଛନ୍ତି । ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇବା ପରେ, ଅଗ୍ନିଶମ ବାହିନୀ ସହିତ SDRF ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ କାରଖାନାର ସ୍ଲାବ ଭୁଶୁଡ଼ି ପଡ଼ିଥିବା ସୂଚନା ମିଲିଛି। ତେବେ ଦୁର୍ଘଟଣା ସମୟରେ କାରଖାନାରେ ୨୦ ରୁ ଅଧିକ ଲୋକ ଉପସ୍ଥିତ ଥିବା ସନ୍ଦେହ କରାଯାଉଛି। ତେମୁ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ଆହୁରି  ବୃଦ୍ଧି ପାଇପାରେ। ଏପର୍ଯ୍ୟନ୍ତ ୧୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେହିପରି ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିସ୍ଫୋରଣ ପରେ  କାରଖାନାର ମାଲିକ ଘଟଣସ୍ଥଳରୁ ଫେରାର ଥିବା ବେଳେ ଡି଼ସା ଜିଆଇଡ଼ିସି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.