ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ବାଂଲାଦେଶରେ ଗଠନ ହେଲା ନୂଆ ଅନ୍ତରୀଣ ସରକାର, ଶାନ୍ତି ପାଇଁ ଆହ୍ବାନ ଦେଲେ ୟୁନୁସ

ନୂଆଦିଲ୍ଲୀ,୦୯/୮: ବାଂଲାଦେଶରେ ନୂଆ ସରକାର ଗଠନ ହୋଇଛି। ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କ ଏହି ସରକାରର ମୁଖ୍ଯ ପରାମର୍ଶଦାତା ଭାବେ ଶପଥ ନେଇଛନ୍ତି। ଶାନ୍ତି ପାଇଁ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି ୟୁନୁସ। କେହି ବି ହିଂସାକାଣ୍ଡ କରନ୍ତୁ ନାହିଁ ବୋଲି ସେ ଅନୁରୋଧ କରିଛନ୍ତି। ଏବେ ଦେଶ ଗଠନର ସମୟ ବୋଲି କହିଛନ୍ତି ୟୁନୁସ।

ଦେଶକୁ  ପ୍ରଥମ ସମ୍ବୋଧନରେ ୟୁନୁସ କହିଛନ୍ତି ଯେ, ଯେଉଁମାନେ ଅରାଜକତା ବିସ୍ତାର କରନ୍ତି ସେମାନେ ଆଇନ ପ୍ରଣୟନକାରୀ ସଂସ୍ଥାର ସମ୍ପୂର୍ଣ୍ଣ ଶକ୍ତିକୁ ସାମ୍ନା କରିବାକୁ ପ୍ରସ୍ତୁତ ରୁହନ୍ତୁ। ଷଡଯନ୍ତ୍ରକାରୀମାନେ ଛାତ୍ର-ଜନତାଙ୍କ ମଧ୍ୟରେ ବିଦ୍ରୋହ ସୃଷ୍ଟି କରି ଦେଶରେ ଅରାଜକତା ଏବଂ ଭୟର ବାତାବରଣ ଉପୁଜାଇଛନ୍ତି। ଅରାଜକତା ଆମର ଶତ୍ରୁ, ଏବଂ ଏହାକୁ ଶୀଘ୍ର ପରାସ୍ତ କରିବାକୁ ହେବ।

ହିଂସାଗ୍ରସ୍ତ ବାଂଲାଦେଶରେ ଗତକାଲି ନୂଆ ସରକାର ଗଠନ ହୋଇଛି। ନୋବେଲ ବିଜେତା ମହମ୍ମଦ ୟୁନୁସ ଏହି ଅନ୍ତରୀଣ ସରକାରର ନୂଆ ମୁଖ୍ୟ ହୋଇଛନ୍ତି। ସେ ଅନ୍ତରୀଣ ସରକାରର ମୁଖ୍ୟ ପରାମର୍ଶଦାତା ଭାବେ ଗତକାଲି ଶପଥ ନେଇଛନ୍ତି। ବଙ୍ଗଭବନରେ ଆୟୋଜିତ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଗତକାଲି ରାଷ୍ଟ୍ରପତି ମହମ୍ମଦ ସାହାବୁଦ୍ଦିନ ତାଙ୍କୁ ଶପଥ ପାଠ କରାଇଛନ୍ତି। ୟୁନୁସଙ୍କ ସହ  ଅନ୍ୟ ୭ ଜଣ ନେତା ମଧ୍ୟ ଶପଥ ନେଇଛନ୍ତି। ବାଂଲାଦେଶ ଜାତୀୟ ସଂଗୀତ ସହ ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁନୁସଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଏବଂ ବାଂଲାଦେଶରେ ଶାନ୍ତି ଓ ପ୍ରଗତି ପାଇଁ ମିଳିତ ଭାବେ କାମ କରିବାକୁ ଆଶ୍ବସ୍ତ କରିଛନ୍ତି। ସେପଟେ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦେଶ ଛାଡ଼ିଥିଲେ ମଧ୍ଯ ବାଂଲାଦେଶରେ ଏବେ ବି ହିଂସାକାଣ୍ଡ ଜାରି ରହିଛି। ଆୱାମି ଲିଗ୍ ର ନେତାଙ୍କୁ ଟାର୍ଗେଟ କରି ହତ୍ଯା କରାଯାଉଥିବାରୁ ଚିନ୍ତା ପ୍ରକାଶ ପାଇଛି। ହସିନା ଏଯାଏ ତାଙ୍କର ଭବିଷ୍ଯତ ନେଇ କିଛି ନିଷ୍ପତ୍ତି ନେଇ ନାହାନ୍ତି। ସେ ଏବେ ଭାରତରେ ଅଛନ୍ତି। କେଉଁ ଦେଶକୁ ଯିବେ,କେଉଁ ଦେଶରେ ରାଜନୈତିକ ଶରଣ ନେବେ, ତାହା ସ୍ପଷ୍ଟ ହୋଇନାହି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.