ପ୍ରମୂଖ ଖବର
  • ରାଜ୍ୟରେ ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ରାଜଧାନୀରେ ବାର୍ ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ, ବନ୍ଦ ଘରୁ ରକ୍ତାକ୍ତ ମୃତଦେହ ଉଦ୍ଧାର

ଭୁବନେଶ୍ଵର, ୩୧/୦୫ : ରାଜଧାନୀରେ ବାର୍ ଡ୍ୟାନ୍ସରଙ୍କ ସନ୍ଦେହଜନକ ମୃତ୍ୟୁ। ବନ୍ଦ ଘରୁ ରକ୍ତାକ୍ତ ଅବସ୍ଥାରେ ମିଳିଲା ମୃତଦେହ। ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରରେ ଏଭଳି ଅଘଟଣ ଘଟିଛି। ଯୁବତୀଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି।

ସୂଚନାନୁଯାୟୀ, ମୃତ ଯୁବତୀଙ୍କ ଘର ଚଣ୍ଡିଗଡ଼ରେ। ସେ କଟକ ରୋଡର ଏକ ଡ୍ୟାନ୍ସ ବାରରେ କାମ କରୁଥିଲେ। ପାହାଳ ଥାନା ଅନ୍ତର୍ଗତ ଶିବଶକ୍ତି ନଗରରେ ରହୁଥିଲେ। ଆଜି ବନ୍ଦ ଘରୁ ତାଙ୍କର ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ପାହାଳ ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଚଳାଇଛି। ପାରିପାର୍ଶ୍ବିକ ପରିସ୍ଥିତି ଦେଖି ଆତ୍ମହତ୍ୟା ମାମଲା ରୁଜୁ କରାଯାଇଛି। ଟେଲିଫୋନ, ସୋସିଆଲ ମିଡିଆ ମେସେଜ ଯାଞ୍ଚ୍ କରୁଛି ପୋଲିସ। ତେବେ ବିଲ୍ଡିଂ ଭିତରେ ୨୫ ଜଣ ଯୁବତୀ ରହୁଥିବା ଜଣାପଡିଛି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.