ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଫେବ୍ରୁଆରୀ ୯ରେ ବାରବାଟୀ ଲଢ଼େଇ, ଟିକେଟ୍ ବୁକିଂ ପାଇଁ ତାରିଖ ଘୋଷଣା କଲା ଓସିଏ

Published By : Prameya | January 24, 2025 10:21 AM

ଭୁବନେଶ୍ୱର/କଟକ,୨୪/୦୧: ଭାରତ-ଇଂଲଣ୍ଡ ଦିନିକିଆ ସିରିଜର ଦ୍ୱିତୀୟ  ମ୍ୟାଚ୍‌ ଫେବ୍ରୁଆରୀ ୯ ତାରିଖରେ ବାରବାଟୀ  ଷ୍ଟାଡିୟମରେ ଖେଳାଯିବ । ଆୟୋଜକ ଓଡ଼ିଶା  କ୍ରିକେଟ ଆସୋସିଏସନ୍‌ (ଓସିଏ)  ଏନେଇ ପ୍ରସ୍ତୁତି ଚୁଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଟିକେଟ୍ ବୁକିଂ ନେଇ ତାରିଖ ଘୋଷଣା କରିଛି ଓସିଏ। ଓସିଏ ଅନୁବନ୍ଧିତ ସଂସ୍ଥା ଗୁଡ଼ିକୁ ଆସନ୍ତା ୨୮ ଓ ୨୯ ରେ ବିକ୍ରି କରାଯିବ । ସେହିଭଳି ସାଧାରଣ ଲୋକଙ୍କ ପାଇଁ ଫେବ୍ରୁଆରୀ ୬ ଏବଂ ୭ ତାରିଖରେ ଅନ୍‌ଲାଇନ୍ ଏବଂ ଅଫ୍‌ଲାଇନ୍‌ରେ ଟିକେଟ୍ କିଣିପାରିବେ।

ଗତ ଡିସେମ୍ବର ୨୯ ତାରିଖରେ  ଓସିଏର ବାର୍ଷିକ ସାଧାରଣ ବୈଠକ  ବସିଥିଲା । ବୈଠକରେ ପୂର୍ବ ଘୋଷିତ  ଟିକେଟ୍‌ ମୂଲ୍ୟ ହ୍ରାସ କରାଯିବା ନେଇ  ନିଷ୍ପତ୍ତି ହୋଇଥିଲା । ଗ୍ୟାଲେରୀ ୧ ଓ ୩  ନଂ ମୂଲ୍ୟ ୧୨୦୦ ଟଙ୍କା ରହିଥିଲା, ତାହା  ୧୦୦ ଟଙ୍କା ହ୍ରାସ ହୋଇ ୧୧୦୦ ଟଙ୍କା  କରାଯାଇଛି । ସେମିତି ଗ୍ୟାଲେରୀ ୫ର  ମୂଲ୍ୟ ୧୫୦୦ରୁ ୧୨୦୦ ଟଙ୍କା, ଗ୍ୟାଲେରୀ  ୨ ଓ ୪ର ମୂଲ୍ୟ ୧୦୦୦ରୁ ୯୦୦ ଟଙ୍କା,  ଗ୍ୟାଲେରୀ ୭ର ମୂଲ୍ୟ ୮୦୦ରୁ ୭୦୦  ଟଙ୍କା, ସ୍ପେଶିଆଲ ଏନକ୍ଲୋଜର ୭୦୦୦ରୁ  ୬୦୦୦ ଟଙ୍କା, ଏସି ଗ୍ୟାଲେରୀ ବକ୍ସ  ୯୦୦୦ରୁ ୮୦୦୦ ଟଙ୍କା, କର୍ପୋରେଟ  ବକ୍ସ ୨୦୦୦୦ ଟଙ୍କା ଏବଂ ନ୍ୟୁପାଭିଲିୟନ  ୧୦୦୦୦ ଟଙ୍କା ରଖାଯାଇଛି । କାଉଣ୍ଟରରେ ଦର୍ଶକଙ୍କୁ ମ୍ୟାଚ୍‌ର ଦୁଇ ଦିନ ପୂର୍ବରୁ ଟିକେଟ୍‌ ବିକ୍ରି କରାଯିବ । ଏଥିପାଇଁ କମିଶନ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.