ପ୍ରମୁଖ ଖବର
  • ବିଜେଡି ଛାଡ଼ି ବିଜେପି ଯିବେ ପ୍ରସନ୍ନ ପାଟ୍ଟଶାଣୀ ! ଆଜି ହୋଇପାରେ କିଛି ବଡ଼ ଘୋଷଣା
  • ||
  • IPL 2024 : ସୁପର ଜାଏଣ୍ଟସ୍‌କୁ ଭେଟିବ ସୁପରକିଙ୍ଗସ୍, ଏକାନ୍ନା ଷ୍ଟାଡ଼ିୟମ୍‌ର ଦେଖିବାକୁ ମିଳିବ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌
  • ||
  • ଗଣତନ୍ତ୍ରର ମହାପର୍ବ: ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ
  • ||
  • ବିପଜ୍ଜନକ ଖରା: ଆଜି ଅତି ଭୀଷଣ ଗ୍ରୀଷ୍ମ ପ୍ରବାହ ସମ୍ଭାବନା, ଆହୁରି ୩ ଦିନ ଜଳାଇବ, ୨୨ରୁ ହାଲୁକା ଆଶ୍ୱସ୍ତ
  • ||

କାର୍-ବସ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର

ବରଗଡ଼, ୨୪/୦୪ : କାର୍-ବସ୍ ମୁହାଁମୁହିଁ ଧକ୍କା। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ବରଗଡ଼ ଟାଉନ ଥାନା ଅନ୍ତର୍ଗତ ହଲଦୀପାଲି ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ପ୍ରଥମେ ବରଗଡ଼ ଓ ପରେ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାନୁଯାୟୀ, ମା ମଙ୍ଗଳା ନାମକ ନାଇଟ୍ କୋଚ୍ ବସ୍ ବରଗଡ଼ ଦେଇ ନୂଆପଡାକୁ ଯାଉଥିବା ବେଳେ ଏକ କାର୍ ସହ ମୁହାଁମୁହିଁ ଧକ୍କା ହୋଇଛି। ବରଗଡ଼ ଟାଉନ ଥାନା ଅନ୍ତର୍ଗତ ହଲଦୀପାଲି ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣଙ୍କ ହେଲେ ବରଗଡ଼ ୧୨ ନମ୍ବର ୱାର୍ଡର ଭକ୍ତ ଗୁର୍ଲା। ଆହତମାନେ ହେଲେ ଶୁଭମ ସାହୁ ଓ ନିତିନ ଦାଶ। ସେହିପରି ଅନ୍ୟ ଜଣଙ୍କର ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.