ଭୁବନେଶ୍ୱର ୦୨/୦୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଆଗକୁ ବଳଗୋଟାଇ ଅବପାତ ରୂପ ନେଇପାରେ ଲଘୁଚାପ। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ବାଂଲାଦେଶ ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ଭୀଷଣ ବର୍ଷା ।୫ଟି ସ୍ଥାନରେ ୨୪ ଘଣ୍ଟାରେ ୧୦୦ ମି.ମି.ରୁ ଅଧିକ ବର୍ଷା ରେକର୍ଡ ହୋଇଛି । ବରଗଡ଼ର ଅମ୍ବାଭୋନାରେ ସର୍ବାଧିକ ୧୮୦ ମି.ମି. ବର୍ଷା ରେକର୍ଡ । ସେହିପରି ଯୁଯୁମରାରେ ୧୩୦.୮, ଅତାବିରାରେ ୧୨୦, ଭଟଲିରେ ୧୧୦.୮ ରେକର୍ଡ ହୋଇଛି । ବୀରମହାରାଜପୁରରେ ୧୦୭ ମିଲିମିଟରର ବର୍ଷା ରେକର୍ଡ ହୋଇଛି ।

ଅଧିକ ପଢ଼ନ୍ତୁ :-  Weather Update: ଆସୁଛି ଲଘୁଚାପ, ୭ ତାରିଖ ଯାଏ ପ୍ରବଳ ବର୍ଷିବ,୨ ଜିଲ୍ଲାକୁ ଅରେଞ୍ଜେ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଆସନ୍ତା ୭ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ବାକି ସ୍ଥାନରେ ବି ଭୀଷଣ ବର୍ଷିବ । ମୟୂରଭଞ୍ଜ ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଜି ପାଇଁ ଏହି ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ଵର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ। ଏହି ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୪ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଭଲ ବର୍ଷା ହେବ। ୫ ତାରିଖରେ ଏହି ସବୁ ସ୍ଥାନ ସମେତ ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।

କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଲଗାଣ ବର୍ଷା ପାଇଁ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ୨ ଦିନ ଛୁଟି ଘୋଷଣା କଲା ପ୍ରଶାସନ । ଆଜି ଏବଂ କାଲି ଦୁଇଦିନ ପାଇଁ ଛୁଟି ଘୋଷଣା କରିଛନ୍ତି କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ। ପ୍ରଥମରୁ ଯୁକ୍ତ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି ରହିବ।