PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ମାୟାବିନୀ ଅର୍ଚ୍ଚନା ନାଗ ମାମଲା: ପୁଣି ହାଜର ହେଲେ ଠିକାଦାର, ପଦାକୁ ଆସିଲା ରଣଜୀ ଖେଳାଳିଙ୍କ ଲିଙ୍କ୍‌
  • ||
  • ଭୁବନେଶ୍ୱର: ଆଜିଠୁ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଭୁବନେଶ୍ୱର: ଶୀତ ସାମାନ୍ୟ କମିବ, ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା: ୮ଟି ସ୍ଥାନରେ ରାତି ତାପମାତ୍ରା ୧୧ ଡିଗ୍ରୀ ତଳେ
  • ||

ରାଜଧାନୀ​‌ରେ ବିବିଏ ଛାତ୍ରଙ୍କ ଆତ୍ମହତ୍ୟା, କାରଣ ଖୋଜୁଛି ପୋଲିସ

ଭୁବନେଶ୍ୱର ୨୫/୦୯: ରାଜଧାନୀରେ ଦିନକୁ ଦିନ ଆତ୍ମହତ୍ୟା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପୁଣି ଜଣେ ବିବିଏ ଛାତ୍ରଙ୍କ ଆତ୍ମହତ୍ୟା କରିଛନ୍ତି ଯାହାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ଭୁବନେଶ୍ୱରରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଛନ୍ତି । ମୃତ ଛାତ୍ରଙ୍କ ନାମ ମନୀଷ ସରକାର ବୋଲି ଜଣାପଡିଛି । ଏବେ ଯାଏଁ କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ମୁତାବିକ, ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବିବିଏ ପାଠ୍ୟକ୍ରମର ଶେଷ ବର୍ଷର ଛାତ୍ର ଥିଲେ ମନୀଷ । ହେଲେ ରବିବାର ଦିନ ସେ ଆତ୍ମହତ୍ୟା କରିଥିବା ଖବର ଆସୁଛି । ତେବେ ସେ କଣ ପାଇଁ ଆତ୍ମହତ୍ୟା କଲେ । ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ। ପୋଲିସ ତଦନ୍ତ ଏବଂ ପୋଷ୍ଟମର୍ଟମ ରିପୋର୍ଟ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ।

ସୂଚନାଯୋଗ୍ୟ ଯେ, ଗତ କିଛି ମାସ ହେଲା ଭୁବନେଶ୍ୱରରେ ଏକାଧିକ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ନିକଟରେ ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା କରିଥିବା ବେଳେ ଭୁବନେଶ୍ୱର ଇନ୍‌ଫୋ ଭ୍ୟାଲି ଥାନା ଅଞ୍ଚଳରେ ଜଣ ଛାତ୍ର ଆତ୍ମହତ୍ୟା କରିଥିଲେ । ଏବେ ଯାଏଁ ଏହି ସବୁ ଘଟଣାରୁ ପରଦା ହଟିନଥିବା ବେଳେ ଆଉ ଏକ ଆତ୍ମହତ୍ୟା କେସ୍‌ ସାମ୍ନାକୁ ଆସିଛି ।