PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା: ବାଘମାରୀ ନିକଟରେ ରାସ୍ତାକଡକୁ ଖସିଲା ଲିଙ୍ଗରାଜ ବସ୍, ୨୦ ଯାତ୍ରୀ ଆହତ
  • ||
  • ପୁରୀ: ଆଜି ମିଳିବ ଆଡ଼ପ ଅବଢ଼ା
  • ||
  • ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ
  • ||
  • ଭଦ୍ରକ: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ
  • ||
  • ଭୁବନେଶ୍ୱର : ପଥରଗାଡ଼ିଆରେ ଅଦ୍ଭୂତ ବାଛୁରୀ ଜନ୍ମ, ଦେଖିବାକୁ ଲୋକଙ୍କ ଲାଗିଲା ଭିଡ଼
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ ଜଣ କରୋନା ପଜିଟିଭ
  • ||

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର ୪/୬: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ମଙ୍ଗଳବାର ସଚିବାଳୟ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ଅପରାଜିତା । ସାକ୍ଷାତ ପରେ ଅପରାଜିତା କହିଛନ୍ତି ଯେ ଏହି ସାକ୍ଷାତ ସୌଜନ୍ୟମୂଳକ ଥିଲା । ନିର୍ବାଚନ ପରେ ଭେଟିନଥିଲେ, ଏବେ ଭେଟି ଅଭିନନ୍ଦନ ଜଣାଇଛନ୍ତି ବୋଲି ସେ ପ୍ରତିକ୍ରିୟା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସଚିବାଳୟରେ ସାକ୍ଷାତ କରିଛନ୍ତି ଅପରାଜିତା ।  ସାକ୍ଷାତ କରି ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ଯାହା ଆବଶ୍ୟକ କେନ୍ଦ୍ର ସରକାରଙ୍କ ପକ୍ଷରୁ ସାଂସଦ ହିସାବରେ ସମସ୍ତ ସହଯୋଗ କରିବେ ବୋଲି ସେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି । ସାକ୍ଷାତ ପରେ ଅପରାଜିତା ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ନିର୍ବାଚନରେ ଜିତିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିନଥିଲେ ତେଣୁ ଆଜି ସାକ୍ଷାତ କରି  ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ସୁନ୍ଦର ଓ ସକାରାତ୍ମକ ଆଲୋଚନା ହେଲା ବୋଲି ସେ କହିଛନ୍ତି । ଏବଂ ସେ ଏହା ମଧ୍ଯ କହିଛନ୍ତି ଯେ ବିକାଶର କୌଣସି ଦଳ ନଥାଏ ଏବଂ ସେଥିପାଇଁ ପରସ୍ପର ସହ ମିଶି କାମ କରିବାକୁ ହେବ ।

ସମ୍ବନ୍ଧିତ ଖବର