ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବର୍ଡର-ଗାଭାସ୍କର ଟ୍ରଫି ଲାଗି ଭାରତୀୟ ଦଳ ଘୋଷଣା, ସାମିଲ ନାହାନ୍ତି ମହମ୍ମଦ ସାମି

Published By : Tapas Panda | October 25, 2024 11:38 PM

Image Courtesy: abplive

ନୂଆଦିଲ୍ଲୀ: ବିସିସିଆଇ ବର୍ଡର-ଗାଭାସ୍କର ଟ୍ରଫି ଓ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି-୨୦ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ରୋହିତ ଶର୍ମାଙ୍କ ନେତୃତ୍ଵରେ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ଘୋଷିତ ୧୮ ଜଣିଆ ଭାରତୀୟ ଦଳରେ କେଏଲ ରାହୁଲଙ୍କୁ ସୁଯୋଗ ମିଳିଛି । ଦ୍ରୁତ ବୋଲର ଯଶପ୍ରୀତ ବୁମରାଙ୍କୁ ଉପଅଧିନାୟକ ଦାୟିତ୍ବ ଦିଆଯାଇଛି । ଅଭିମନ୍ୟୁ ଈଶ୍ଵରନ ଓ ପ୍ରସିଦ୍ଧ କୃଷ୍ଣାଙ୍କୁ ଭାରତୀୟ ଦଳରେ ସୁଯୋଗ ମିଳିଛି । ନୀତିଶ ରେଡ୍ଡୀ ଓ ଓ୍ଵାଶିଂଟନ ସୁନ୍ଦରଙ୍କ ଉପରେ ଚୟନକର୍ତ୍ତା ବିଶ୍ବାସ ବ୍ୟକ୍ତ କରିଛନ୍ତି । ଅଷ୍ଟ୍ରେଲିଆ ଗସ୍ତ କରୁଥିବା ଭାରତୀୟ ଦଳ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ଖେଳିବ ।

ଯଶସ୍ଵୀ ଜୟସ୍ଵାଲ, ଶୁଭମନ ଗିଲ୍ ଓ ବିରାଟ କୋହଲିଙ୍କ ସହିତ କେଏଲ ରାହୁଲ ଦଳରେ ରହିଛନ୍ତି । ଋଷଭ ପନ୍ତ ଓ ଧ୍ରୁବ ଜୁରେଲ ଓ୍ଵିକେଟ୍ କିପର ଭାବେ ନିଜର ସ୍ଥାନ ବଜାୟ ରଖିଛନ୍ତି। ସରଫରାଜ ଖାନ ନିଜ ପ୍ରଦର୍ଶନ ବଳରେ ଟେଷ୍ଟ ଟିମରେ ନିଜର ସ୍ଥାନ ସୁରକ୍ଷିତ ରଖିଛନ୍ତି । ଅଷ୍ଟ୍ରେଲିଆ ପିଚ୍ ସର୍ବଦା ଦ୍ରୁତ ବୋଲରଙ୍କୁ ସୁହାଇଥାଏ । ତେଣୁ ଏହାକୁ ଦୃଷ୍ଟିରେ ରଖି ୪ ଦ୍ରୁତ ବୋଲରଙ୍କୁ ଦଳରେ ସାମିଲ କରାଯାଇଛି । ଯଶପ୍ରୀତ ବୁମରାଙ୍କ ସହିତ ମହମ୍ମଦ ସିରାଜ ଓ ଆକାଶ ଦୀପଙ୍କୁ ଦଳରେ ସାମିଲ କରାଯାଇଛି । ଦୀର୍ଘ ସମୟ ପରେ ପ୍ରସିଦ୍ଧ କୃଷ୍ଣାଙ୍କ ଟେଷ୍ଟ ଦଳରେ ପ୍ରତ୍ୟାବର୍ତ୍ତନ ଘଟିଛି । ୩ ଜଣ ସ୍ପିନ ଅଲରାଉଣ୍ଡର ଓ୍ଵାଶିଂଟନ ସୁନ୍ଦର, ରବିଚନ୍ଦ୍ରନ ଅଶ୍ଵିନ ଓ ରବୀନ୍ଦ୍ର ଜାଡ଼େଜାଙ୍କୁ ଦଳରେ ସାମିଲ କରାଯାଇଛି । ତେବେ ଷ୍ଟାର ବୋଲର ମହମ୍ମଦ ସାମି ଦଳରେ ସାମିଲ ହୋଇନାହାନ୍ତି ।

ବର୍ଡର ଗାଭାସ୍କର ଟ୍ରଫି ପାଇଁ ଭାରତୀୟ ଦଳ

ରୋହିତ ଶର୍ମା(ଅଧିନାୟକ), ଯଶପ୍ରୀତ ବୁମରା(ଉପ ଅଧିନାୟକ), ଯଶସ୍ଵୀ ଜୟସ୍ଵାଲ, ଅଭିମନ୍ୟୁ ଈଶ୍ଵରନ, ଶୁଭମନ ଗିଲ୍, ବିରାଟ କୋହଲି, କେଏଲ ରାହୁଲ, ଋଷଭ ପନ୍ତ(ଓ୍ଵିକେଟ୍ କିପର), ସରଫରାଜ ଖାନ, ଧ୍ରୁବ ଜୁରେଲ(ଓ୍ଵିକେଟ୍ କିପର), ରବିଚନ୍ଦ୍ରନ ଅଶ୍ଵିନ, ରବୀନ୍ଦ୍ର ଜାଡ଼େଜା, ମହମ୍ମଦ ସିରାଜ, ଆକାଶ ଦୀପ, ପ୍ରସିଦ୍ଧ କୃଷ୍ଣା, ହର୍ଷିତ ରାଣା, ନୀତିଶ କୁମାର ରେଡ୍ଡୀ, ଓ୍ଵାଶିଂଟନ ସୁନ୍ଦର। 

ରିଜର୍ଭ ଖେଳାଳି- ମୁକେଶ କୁମାର, ନବଦୀପ ସାଇନି, ଖଲିଲ ଅହମ୍ମଦ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.