PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ବିଜେଡି ଛାଡ଼ିଲେ ତେଜେଶ୍ବର ପରିଡ଼ା, ବିଜେଡି ସୁପ୍ରିମୋଙ୍କୁ ପଠାଇଲେ ଇସ୍ତଫା ପତ୍ର

ଭୁବନେଶ୍ୱର ୩୦/୦୯: ବିଜେଡି ଛାଡ଼ିଲେ ତେଜେଶ୍ବର ପରିଡ଼ା। ଓଡ଼ିଶା ଖଦି ଓ ଗ୍ରମୋଦ୍ୟୋଗ ବୋର୍ଡ ସଭାପତି ପଦରୁ ମଧ୍ୟ ତେଜେଶ୍ବର ପରିଡ଼ା ମଧ୍ୟ ଇସ୍ତଫା ଦେଇଛନ୍ତି। ସେ ବିଜେଡି ସୁପ୍ରିମେଙ୍କୁ ଇ-ମେଲ୍ ଯୋଗେ ଇସ୍ତଫା ପତ୍ର ପଠାଇଛନ୍ତି।

ତେବେ ପ୍ରତିକ୍ରିୟାରେ ତେଜେଶ୍ବର ପରିଡା କହିଛନ୍ତି, ମୁଁ ଦୀର୍ଘଦିନ ଧରି ଜଣେ ଦାୟିତ୍ୱବାନ, କର୍ତ୍ତବ୍ୟପରାୟଣ, ସଚ୍ଚୋଟ କର୍ମୀ ଭାବେ ଦଳରେ କାର୍ଯ୍ୟ କରିଥିଲି । ବିଜେଡିର ପର୍ଯ୍ୟବେକ୍ଷକ ଭାବେ ବିଭିନ୍ନ ଜିଲ୍ଲାରେ ମୁଁ ସୂଚାରୁରୂପେ ଦାୟିତ୍ୱ ତୁଲାଇଥିଲି । ଦଳର ସର୍ବାଙ୍ଗୀନ ଉନ୍ନତି ପାଇଁ ମୁଁ ସର୍ବଦା ପ୍ରୟାସ କରି ଆସିଥିଲି । ମୁଁ ଆଜି ବିଜୁ ଜନତା ଦଳରୁ ବିଧିବଦ୍ଧ ଭାବେ ଇସ୍ତଫା ଦେଇଛି।

ଗତ ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ତରଫରୁ ସେ ନିର୍ବାଚନ ମାନିଫେଷ୍ଟୋ କମିଟି ସଦସ୍ୟ ଓ ତାରକା ପ୍ରଚାରକ ଭାବେ ମନୋନୀତ ହୋଇଥିଲେ । ସେଥିପାଇଁ ସେ ଦଳର ସୁପ୍ରିମୋଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ବ୍ୟକ୍ତିଗତ କାରଣରୁ ସେ ଏହି ନିଷ୍ପତ୍ତି ନେଇଥିବା ଉଲ୍ଲେଖ କରିଛନ୍ତି ।

ତେବେ ସେ ବିଜେପିରେ ମିଶିବେ ବୋଲି ଚର୍ଚ୍ଚା ହେଉଥିଲା । ଏବେ ସେ କେଉଁ ଦଳରେ ମିଶିବେ କି ନାହିଁ ସେ ନେଇ କିଛି ଜଣାପଡିନି । ତେବେ ସେ ବିଦ୍ଧିବଧ ଭାବେ ବିଜେଡିରୁ ଇସ୍ତଫା ଦେଇଛନ୍ତି।

ସମ୍ବନ୍ଧିତ ଖବର