ପ୍ରମୂଖ ଖବର
  • ବାଲେଶ୍ୱର : ବାସଭବନରେ ପହଞ୍ଚିଲା ପ୍ରଶାନ୍ତଙ୍କ ପ୍ରାର୍ଥିବ ଶରୀର, ଶୋଭାଯାତ୍ରା ପରେ ହେବ ଅନ୍ତିମ ସଂସ୍କାର
  • ||
  • IPL 2025: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଘରୋଇ ଗ୍ରାଉଣ୍ଡରେ ଆରସିବିର ପ୍ରଥମ ବିଜୟ ଲକ୍ଷ୍ୟ
  • ||
  • ଢେଙ୍କାନାଳ : କୁଖ୍ୟାତ ଅପରାଧୀ ହୁଣ୍ଡକୁ ଏନକାଉଣ୍ଟର୍‌, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ: ସବୁ ପଞ୍ଚାୟତରେ ହେବ ସ୍ୱତନ୍ତ୍ର ଗ୍ରାମସଭା, ଆଭାସୀ ମାଧ୍ୟମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
  • ||
  • ଗୁରୁବାର ଭୀଷଣ ଗ୍ରୀଷ୍ମ ପ୍ରକୋପ, ୨୬ ଯାଏ ଆକାଶରୁ ଅଗ୍ନିବର୍ଷା: ଉପକୂଳରେ ଅସହ୍ୟ ହେବ ତାତି, ଗୁଳୁଗୁଳି
  • ||

ଗାଁରେ ପଶି ଆକ୍ରମଣ କଲା ଭାଲୁ, ଯୁବକ ଗୁରୁତର

Published By : Harapriya Sethi | April 6, 2025 8:41 AM

ଭୁବନେଶ୍ୱର,୦୬/୦୪: ଗାଁରେ ପଶି ଆକ୍ରମଣ କଲା ଭାଲୁ । ଗୁରୁତର ହେଲେ ଯୁବକ । ଗୁରୁତର ଯୁବକ ସ୍ବାମ ମୁଣ୍ଡା ସାହିର ମାର୍କଣ୍ଡ ମୁଣ୍ଡା ବୋଲି ଜଣାପଡ଼ିଛି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପାଟଣା ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ସ୍ବାମ ମୁଣ୍ଡା ସାହିରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରବିବାର ସକାଳୁ ଏକ ଭାଲୁ ସ୍ବାମ ମୁଣ୍ଡା ସାହିକୁ ପଶି ଆସିଥିଲା । ସେହି ସାହିର ମାର୍କଣ୍ଡ ମୁଣ୍ଡା ଘର ଅଗଣାରେ ଛିଡା ହୋଇଥିଲେ । ଏହି ସମୟର ଭାଲୁଟି ଯୁବକ କୁ ଆକ୍ରମଣ କରିଥିଲା । ଯୁବକଙ୍କ ଜଙ୍ଘରେ ଗଭୀର ଆଘାତ ଲାଗିଥିଲା ।  ଫଳରେ  ଯୁବକ ଜଣଙ୍କ ଗୁରୁତର ହୋଇପଡିଥଲେ ।  ଏହା ଦେଖି ପରିବାର ଲୋକେ ତୁରନ୍ତ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ଗୁରୁତର ଅବସ୍ଥାରେ ଉଦ୍ଧାର କରି ପାଟଣା ମେଡିକାଲରେ ଭର୍ତ୍ତି କାରାଯାଇଛି । 

ସେପଟେ ଖାଦ୍ୟ ଅନ୍ୱେଷଣରେ ଭାଲୁଟି ଗାଁ ମୁହାଁ ହୋଇଥିବା ବେଳେ ଏବେ ଗାଁ ପାଖ ଜଙ୍ଗଲରେ ଘୁରି ବୁଲୁଛି । ଏହି କାରଣରୁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି । ଘଟଣା ସମ୍ପର୍କରେ ଖବର ପାଇ ବନ ବିଭାଗ ଭାଲୁକୁ ଘଉଡ଼ାଇବାକୁ ଉଦ୍ୟମ ଜାରି ରଖିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.