ପ୍ରମୂଖ ଖବର
  • ବେଲପାହାଡରେ ରାସନ କାର୍ଡ ବାଣ୍ଟିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ
  • ||
  • ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ତାଳଦଣ୍ଡା କେନାଲର ଉଭୟପଟ ରାସ୍ତାରୁ ଉଚ୍ଛେଦ ଅଭିଯାନ ଆରମ୍ଭ
  • ||
  • ସିମୁଳିଆରେ ଚୋରଙ୍କ ଆତଙ୍କରାଜ, ଘର ଗ୍ରିଲ କାଟି କଳାକନା ବୁଲାଇଲେ ଦୁର୍ବୃତ୍ତ
  • ||
  • CRPF ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ହେଲା ସାଧାରଣ ଦର୍ଶନ
  • ||
  • IPL 2025: ଆଜି କିଙ୍ଗ୍‌ସ- ରୟାଲ୍ସ ମଧ୍ୟ ଟକ୍କର, ଫୋକସ୍‌ରେ ଯୁବ ଓପନରଙ୍କ ବିଧ୍ୱଂସୀ ବ୍ୟାଟିଂ
  • ||
  • ରାଇରଙ୍ଗପୁର : ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ହାଇୱା ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟଲୋକଙ୍କ ରାସ୍ତା ଅବରୋଧ
  • ||
  • ମାର୍ଲବା ଘାଟିରେ ଭାରସାମ୍ୟ ହରାଇ ପାହଡ଼କୁ ପିଟିଲା ଯାତ୍ରୀବାହୀ ବସ , ୩ ଗୁରୁତର, ୭ ଆହତ
  • ||
  • ରାଜଗାଙ୍ଗପୁର ରେଳ ଷ୍ଟେସନରେ ଅଘଟଣ, ଟ୍ରେନ୍ ଧକ୍କାରେ ବୃଦ୍ଧ ମୃତ
  • ||
  • ରାଉରକେଲା: ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ଏହି ରୁଟ୍‌ରେ ରେଳ ଚଳାଚଳ ବନ୍ଦ
  • ||
  • ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ମିସୌରୀ ଓ କେଣ୍ଟକି ଅଧିକ ପ୍ରଭାବିତ, ୨୭ ମୃତ, ୧୨ରୁ ଅଧିକ ଆହତ
  • ||
  • ସରିବ ଭାରତ-ପାକିସ୍ତାନ ଅସ୍ତ୍ରବିରତି ଅବଧି, ଡିଜିଏମ୍‌ଓ ସ୍ତରରେ ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ସଫଳ ହେଲାନି ସାଟେଲାଇଟ୍ EOS-09ର ଉତ୍‌କ୍ଷେପଣ, ସୂଚନା ଦେଲେ ଇସ୍ରୋ ମୁଖ୍ୟ ଭି. ନାରାୟଣନ
  • ||
  • କେନ୍ଦୁଝର : ସାଙ୍ଗକୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍ ଆଘାତରେ ସାଙ୍ଗ ମୃତ
  • ||
  • ଭଦ୍ରକ : ଲିଫ୍ଟରେ ଚାପି ହୋଇ ରୋଗୀ ମୃତ୍ୟୁ ଘଟଣା, ସମ୍ପର୍କୀୟଙ୍କୁ ମିଳିଲା ଆର୍ଥିକ ସହାୟତା ସହ ଚାକିରି
  • ||
  • ରାଜ୍ୟର ୪ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ରହିବ ପାରଦ, ଆଜି ୯ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
  • ||

କୂଅରେ ପଡି ଭାଲୁ ମୃତ, ମୃତଦେହ ଉଦ୍ଧାର କଲା ବନ ବିଭାଗ

Published By : Harapriya Sethi | May 18, 2025 9:15 AM

ଭବାନୀପାଟଣା,୧୮/୦୫: କୂଅରେ ପଡ଼ି ଜୀବନ ହାରିଲା ଗାଁ ମୁହାଁ ହୋଇଥିବା ଭାଲୁ । କଳାହାଣ୍ଡି ଜିଲ୍ଲା କେସିଙ୍ଗା ରେଞ୍ଜ ଅନ୍ତର୍ଗତ ପଥର୍ଲା ଗ୍ରାମରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, କେସିଙ୍ଗା ରେଞ୍ଜ ଅନ୍ତର୍ଗତ ପଥର୍ଲା ଗ୍ରାମର ବିରାଜ ପଟେଲଙ୍କ ପନିପରିବା ଚାଷ ପାଇଁ ଉଦ୍ଦିଷ୍ଟ ଥିବା କୂଅରେ ପଡ଼ି ଏକ ଭାଲୁର ମୃତ୍ୟୁ ହୋଇଛି । ବିରାଜ ଭୋର ସମୟରେ ବାଡ଼ିକୁ ଯାଇଥିବା ବେଳେ ଭାଲୁଟି କୂଅରେ ପଡ଼ିଥିବା ଦେଖିବାକୁ ପାଇଥିଲେ । ଏହା ଦେଖି ସେ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଭାଲୁଟିକୁ କୂଅରୁ ଉଦ୍ଧାର କରିଛି । କୂଅରୁ ଉଦ୍ଧାର କରି କେସିଙ୍ଗା ପ୍ରାଣୀ ଚିକିତ୍ସାଳୟକୁ ଆଣିଥିବା ବେଳେ ସେଠାରେ ମୃତ ଭାଲୁଟିର ବ୍ୟବଚ୍ଛେଦ କରାଯାଇଥିଲା ।

ସୂଚନାଯୋଗ୍ୟ ଯେ, ଏହି ଅଞ୍ଚଳରେ ଭାଲୁ ବୁଲୁଥିବାର ସୂଚନା ପୂର୍ବରୁ ବନ ଅଧିକାରୀଙ୍କୁ ଦିଆଯାଇଥିଲା । ମାତ୍ର ବନ ଅଧିକାରୀଙ୍କ ଦାୟିତ୍ଵ ହୀନତା ଯୋଗୁଁ  କୌଣସି ପଦକ୍ଷେପ ନିଆଗଲା ନାହିଁ । ଯାହାର ପରିଣାମ ସ୍ୱରୂପ ଆଜି ଭାଲୁଟିର ମୃତ୍ୟୁ ହୋଇଥିବା ଲୋକେ ଅଭିଯୋଗ କରୁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.