ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

୨୪ରୁ ବିଏଡ୍‌,ଏମଏଡ୍‌, ବିଏଚ୍‌ଏଡ୍‌ ନାମଲେଖା ପ୍ରକ୍ରିୟା ଆରମ୍ଭ: ଜୁନ୍‌ ପ୍ରଥମ ସପ୍ତାହରେ ପ୍ରବେଶିକା ପରୀକ୍ଷା, ଜୁଲାଇରେ ପାଠପଢ଼ା

Published By : Prameya | March 21, 2025 11:05 AM

ଭୁବନେଶ୍ୱର,୨୧/୦୩: ଆଗାମୀ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ୍‌/ଏମଏଡ୍‌/ ବିଏଚଏଡ୍‌ ପାଠକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର  ଆରମ୍ଭ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଆସନ୍ତା ୨୪ ତାରିଖରୁ  କମନ୍‌ ଆପ୍ଲିକେସନ୍‌ ଫର୍ମ (ସିଏଏଫ୍‌) ପୂରଣ  ପ୍ରକିୟା ଆରମ୍ଭ ହେବ । 

ବିଗତ ବର୍ଷ ଭଳି  ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବିଏଡ/ ଏମଏଡ/ ବିଏଚଏଡ ପାଠକ୍ରମରେ ନାମଲେଖା  ଏବଂ ଚୟନ ପ୍ରକିୟା ଏଥିପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ  କରାଯିବ । ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ ।  ଏଥିସହ ଶିକ୍ଷା ବର୍ଷ ୨୦୨୫-୨୬ରେ ଦୁଇ ବର୍ଷିଆ ବିଏଡ୍‌/ଏମ ଏଡ୍‌/ ବିଏଚଏଡ୍‌ ପାଠକ୍ରମକୁ ଆସନ୍ତା ୨୪ ଜୁଲାଇ ସୁଦ୍ଧା ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.