ପ୍ରମୂଖ ଖବର
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଠାକୁର ଦର୍ଶନ ବେଳେ ମହୁମାଛି ଆକ୍ରମଣ, ୨୦ରୁ ଉର୍ଦ୍ଧ୍ୱ ଆହତ

Published By : Harapriya Sethi | April 14, 2025 12:50 PM

ଭୁବନେଶ୍ୱର, ୧୪/୦୪: ଠାକୁର ଦର୍ଶନ କରିବାକୁ ଯାଇଥିବା ବେଳେ ଆକ୍ରମଣ କଲା ବାଘ ମହୁମାଛି । ଏଥିରେ ୨୦ରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରାଯାଇଛି । ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଏବଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଆଜି ମହାବିଷୁବ ସଂକ୍ରାନ୍ତି ତଥା ମେରୁ ସଂକ୍ରାନ୍ତି । ସେଥିଲାଗି ଯୋଗୁଁ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ ଶ୍ରଦ୍ଧାଳୁ । ତେବେ ମନ୍ଦିର ନିକଟରେ ଥିବା ଗଛ ଉପରୁ ବାଘ ମହୁମାଛି ବାହାରି ଅଚାନକ ଆକ୍ରମଣ କରିଥିଲେ । ମହୁମାଛି ଆକ୍ରମଣରେ ଶ୍ରଦ୍ଧାଳୁ ମାନେ ଭୟରେ ଦୌଡିଥିଲେ । ହେଲେ ୨୦ରୁ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ ହୋଇଥିଲେ । ସମସ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଚନ୍ଦ୍ରଗିରି ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସମସ୍ତଙ୍କ ଚିକିତ୍ସା ଜାରି ରହିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.