PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ମହୁମାଛି ଆକ୍ରମଣରେ ୨ ଗୁରୁତର

ଢେଙ୍କାନାଳ, ୦୫/୦୨ : ମହୁମାଛି ଆକ୍ରମଣରେ ୨ ଗୁରୁତର ଆହତ। କେନ୍ଦୁଝର ଜିଲ୍ଲା କାଳିଆହତା ଗ୍ରାମର ମାଟା ମୁଣ୍ଡା ଓ ରିତେଶ ନାୟକ ମହୁମାଛି ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେମାନଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, କାଳିଆହତା ଗ୍ରାମର ମାଟା ମୁଣ୍ଡା ଓ ରିତେଶ ନାୟକ ରବିବାର ସକାଳ ସମୟରେ ଗାଁ ପାଖ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିଲେ। ସକାଳେ ଅତ୍ୟଧିକ ଥଣ୍ଡା କାରଣରୁ ଏକ ଗଛତଳେ ନିଆଁ ଲଗାଇଥିଲେ। ସେହି ଗଛରେ ମହୁମାଛି ଥିଲେ। ତେଣୁ ମହୁମାଛି ଆକ୍ରମଣ କରିଥିଲେ। ମହୁମାଛି ଆକ୍ରମଣରେ ସେମାନେ ଗୁରୁତର ଅବସ୍ଥାରେ ଦୌଡ଼ି ପଳାଇ କିଛି ଦୂରରେ ଅଚେତ ଅବସ୍ଥାରେ ଖସି ପଡ଼ିଥିଲେ। ସ୍ଥାନୀୟ ଲୋକ ଦେଖିବା ପରେ ୧ଠ୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରିଛନ୍ତି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସୁସ୍ଥ ଥିବା ଜଣାପଡ଼ିଛି।