ପ୍ରମୂଖ ଖବର
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ବାତ୍ୟା ପୂର୍ବରୁ ମାତୃ ଗୃୃହରେ ଜନ୍ମ ନେଲେ ୧୬୦୦ ଶିଶୁ

Published By : Soubhagya Ranjan | October 25, 2024 1:03 AM

ନୂଆଦିଲ୍ଲୀ,୨୫/୧୦: ଆରମ୍ଭ ହୋଇସାରିଛି ସାମୁଦ୍ରିକ ଝଡ଼ ଦାନାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା। କେଇ ଘଣ୍ଟା ପରେ ସ୍ଥଳଭାଗ ଛୁଇଁବ ଦାନା। ପାରାଦୀପଠାରୁ ବାତ୍ୟା ଦାନା ୫୦ କିଲୋମିଟର ଦୂରରେ ରହିଛି । ଗୁରୁବାର ରାତି ଗୋଟାଏରୁ ୨ଟା ମଧ୍ୟରେ ଭିତରକନିକା ଅଭୟାରଣ୍ୟରେ ଲ୍ୟାଣ୍ଡଫଲ୍ କରିପାରେ । ଏହାରି ଭିତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ମୁକାବିଲା ପ୍ରସ୍ତୁତିର ଚୂଡାନ୍ତ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମ୍ୱାଦିକ ସମ୍ମିଳନୀ କରି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପ୍ରଦାନ କରିଛନ୍ତି । 

ମୁଖ୍ୟମନ୍ତ୍ରୀ କହିଛନ୍ତି, 'ବାତ୍ୟା ପ୍ରଭାବିତ ହେବାକୁ ଜିଲ୍ଲାଗୁଡ଼ିକର ମାଆ ଗୃହରେ ୪୪୩୧ ଗର୍ଭବତୀ ମହିଳାମାନଙ୍କୁ ରଖାଯାଇଛି । ୧୬୦୦ ମହିଳା ସନ୍ତାନ ଜନ୍ମ ଦେଇଛନ୍ତି । ଉଭୟ ମାଆ ଏବଂ ପିଲା ସୁସ୍ଥ ଅଛନ୍ତି ।' ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, 'ବାଲେଶ୍ୱର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି । ତେଣୁ ସେଠାରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଦ୍ୱିତୀୟରେ ମୟୂରଭଞ୍ଜ ଜିଲ୍ଲାରୁ ଲକ୍ଷେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଭଦ୍ରକରୁ ୭୫ ହଜାର, ଯାଜପୁରରୁ ୬୦ ହଜାର ଏବଂ କେନ୍ଦ୍ରାପଡ଼ାରୁ ୪୬ ହଜାରରୁ ଅଧିକ ଲୋକଙ୍କୁ ସ୍ଥାନନ୍ତର କରାଯାଇଛି ।'

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.