ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଭିଜିଲାନ୍ସ ଜାଲରେ ବେଗୁନିଆପଡା ସିଡିପିଓ, ଏକକାଳୀନ ୩ ଟି ସ୍ଥାନରେ ଚଢାଉ

Published By : Harapriya Sethi | November 27, 2024 2:17 PM

ଭୁବନେଶ୍ୱର, ୨୭/୧୧: ଭିଜିଲାନ୍ସ ଜାଲରେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ଲାଞ୍ଚ ନେବା ଅଭିଯୋଗରେ ସେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। ଜଣେ ଅଙ୍ଗନବାଡି କର୍ମୀଙ୍କ ଠାରୁ ୧୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

ସୂଚନାନୁଯାୟୀ, ବେଗୁନିଆପଡା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ ଜଣେ ଅଙ୍ଗନବାଡି କର୍ମୀଙ୍କ ଏରିଅର ବିଲ୍ କରାଇ ଦେବାକୁ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏନେଇ ଅଙ୍ଗନବାଡି କର୍ମୀ ଜଣଙ୍କ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ଏହି ଲାଞ୍ଚ ଟଙ୍କା ନେବା ବେଳେ ଆଜି ଭିଜିଲାନ୍ସ ଟିମ୍‌ ବ୍ଲକ୍‌ ଅଫିସ୍‌ରେ ଚଢାଉ କରିଥିଲା। ତେବେ ସିଡିପିଓଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ବେଗୁନିଆପଡ଼ା ବ୍ଲକ୍‌ ପରିସରରେ ଭିଜିଲାନ୍ସ ତନାଘନା କରୁଛି। ସନ୍ଧ୍ୟାରାଣୀ ପାଣିଗ୍ରାହୀଙ୍କ ୩ ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଉଛି। ଏସମ୍ପର୍କରେ ଏକ ମାମଲା ରୁଜୁ କରି ସିଡିପିଓଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ଆରମ୍ଭ କରିଛି।  



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.