ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଇଲେକ୍ଟ୍ରିକ୍ ସ୍କୁଟର ଶୋ’ରୁମରେ ଅଗ୍ନିକାଣ୍ଡ, ଜଣେ ମହିଳା ମୃତ

Published By : Anindita Ratha | November 20, 2024 1:41 PM

ନୂଆଦିଲ୍ଲୀ,୨୦/୧୧: ବେଙ୍ଗାଲୁରୁରେ ଅଘଟଣ। ଇଲେକ୍ଟ୍ରିକ୍ ସ୍କୁଟର ଶୋ’ରୁମରେ ଅଗ୍ନିକାଣ୍ଡ । ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ସମସ୍ତ ଗାଡି ପୋଡି ପାଉଁଶ ହୋଇଯାଇଥିବା ସୂଚନା । ତେବେ କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁର ରାଜକୁମାର ରୋଡରେ ଥିବା ମାଇ ଇଭି ଇଲେକ୍ଟ୍ରିକ୍ ସ୍କୁଟର ଶୋ’ରୁମରେ ଏହି ଘଟଣା ଘଟିଛି । ତେବେ ଏହି ଘଟଣାର ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି  ନିଆଁ ଲିଭାଇଥିଲା। 

ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୫.୩୦ ସମୟରେ ଏହି ଘଟଣା ଘଟିଥିଲା। ନିଆଁ ଲାଗି ଶୋ’ରୁମରେ ଆତଙ୍କ ଖେଳିଯାଇଥିବା ବେଳେ ସମସ୍ତେ ନିଜ ଜୀବନ ବଞ୍ଚାଇବା ପାଇଁ ବାହାରକୁ ଦୌଡି ଥିଲେ । କିନ୍ତୁ ଶୋ’ରୁମରେ କାମ କରୁଥିବା ଜଣେ ସେଲ୍ସ ବିଭାଗ ଭିତରେ ଫସି ଯାଇଥିଲେ । ଲୋକମାନେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ଅଗ୍ନିଶମ ବିଭାଗର ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ଆରମ୍ଭ କରିଥିଲା। ବହୁ ଘଣ୍ଟା ପରିଶ୍ରମ ପରେ ଅଗ୍ନିଶମ ବିଭାଗ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା, କିନ୍ତୁ ସେତେବେଳକୁ ସବୁକିଛି ପୋଡି ପାଉଁଶ ହୋଇଯାଇଥିଲା। ଭିତରେ ଫସି ରହିଥିବା ସେଲ୍ସ ଗର୍ଲ  ଜଳି ଯାଇଥିଲେ। ତେବେ ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଏହି  ଦୁର୍ଘଟଣାରେ ଶୋ’ରୁମ୍ ମାଲିକ ଲକ୍ଷ ଲକ୍ଷ ଟଙ୍କା କ୍ଷତି ସହିଥିବା ଜଣାପଡିଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.