ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରେଲୱେରେ ଚାକିରି କରେଇବାକୁ କହି ଠକିନେଲେ ଲକ୍ଷାଧିକ ଟଙ୍କା; ଜଣଙ୍କୁ ଗିରଫ କଲା ବ୍ରହ୍ମପୁର ପୁଲିସ

Published By : Bijay Swain | July 11, 2025 10:16 PM

ବ୍ରହ୍ମପୁର: ପ୍ରଥମେ ଲୋଭ ଦେଖେଇଲେ, ବିଶ୍ୱାସ ଜନ୍ମାଇଲେ ଓ ପରେ ଲକ୍ଷାଧିକ ଟଙ୍କା କଳା କନା ବୁଲାଇଦେଲେ। ଏ ଘଟଣା ବିହାର କି ଜମତାରାର ନୁହେଁ। ଖୋଦ୍ ଗଞ୍ଜାମ ଜିଲ୍ଲାରୁ ସାମ୍ନାକୁ ଆସିଛି। ଯେଉଁଠି ଜଣେ ଯୁବକ ଭାରତୀୟ ରେଳବାଇରେ ଚାକିରୀ କରେଇଦେବାର ଲୋଭ ଦେଖାଇ ଏକାଧିକ ଯୁବକ ଯୁବତୀଙ୍କଠୁ ଲାକ୍ଷାଧିକ ଟଙ୍କା ଆତ୍ମସାତ କରିଦେଇଛନ୍ତି। 

ସୂଚନା ମୁତାବକ, ସଦର ଥାନା କୁକୁଡାଖଣ୍ଡି ଶାନ୍ତିନଗର ଅଞ୍ଚଳର ବସବାସ କରୁଥିବା ଏ. ବିଘ୍ନେଶ୍ୱର ରାଓ ଚାକିରିର ପ୍ରଲୋଭନ ଦେଖାଇ ଏକାଧିକ ଲୋକଙ୍କ ନିକଟରୁ ଲାକ୍ଷାଧିକ ଟଙ୍କା ଆତ୍ମସାତ କରିନେଇଥିଲେ। ଖାଲି ଏତିକି ନୁହେଁ ସବୁଠୁ ଆଶ୍ଚର୍ଯ୍ୟ କଥା ହେଉଛି ଟଙ୍କା ନେବା ପରେ ବା ପୂର୍ବରୁ ସେ ଆଶାୟୀମାନଙ୍କୁ ନିଯୁକ୍ତି ପତ୍ର ମଧ୍ୟ ପ୍ରଦାନ କରୁଥିଲେ। ଯେଉଁଥିପାଇଁ ଲୋକମାନେ ବିଶ୍ୱାସ କରିବାକୁ ବାଧ୍ୟ ହେଉଥିଲେ।

ହେଲେ ଦୀର୍ଘଦିନ ଧରି ଅପେକ୍ଷା କରିବା ପରେ ମଧ୍ୟ ନିଯୁକ୍ତି ନେଇ ସ୍ପଷ୍ଟ ସୂଚନା ନମିଳିବାପରେ ଆଶାୟୀମାନେ ଅବିଯୁକ୍ତଙ୍କ ସହ ଯୋଗାଯୋଗ କରିବାକୁ ଚାହିଁବାରୁ ବିଘ୍ନେଶ୍ୱର ସେମାନଙ୍କୁ ଆଉ ଧରାଛୁଆଁ ଦେଇନଥିଲା। ଏଣୁ ବାଧ୍ୟ ହେଇ ଆଶାୟୀମାନେ ପୁଲିସ ନିକଟରେ ଏନେଇ ଅଭିଯୋଗ କରିଥିଲେ। ପୁଲିସ ଏ ବାବଦରେ ସୂଚନା ପାଇବା ପରେ ଜାଲ ବିଛାଇ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଥିଲା।

ଗିରଫ କରିବା ପରେ ପୁଲିସ ଅଭିଯୁକ୍ତ ନିକଟରୁ ନକଲି ଡକ୍ୟୁମେଣ୍ଟସ, ନିଯୁକ୍ତିପତ୍ର, ମୋବାଇଲଫୋନ ଆଦି ଜବତ କରିଥିବା ନେଇ ବ୍ରହ୍ମପୁର ଏସ.ପି. ସୂଚନା ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.