PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ସମ୍ମମ୍‌କୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍‌ ସମ୍ମାନ: ସମ୍ମାନିତ କଲା ଇଣ୍ଡିଆନ୍‌ ମେଡିକାଲ୍‌ ଆସୋସିଏସନ୍‌ ଜୁନିୟର ଡକ୍ଟର୍ସ ନେଟୱର୍କ ଓଡ଼ିଶା

ଭୁବନେଶ୍ୱର ୫/୦୭: ୱାନ୍‌-ଷ୍ଟପ୍‌, ନେକ୍ସଟ ଜେନେରେସନ୍‌ ମଲ୍ଟିସ୍ପେଶିଆଲଟି କ୍ୱାର୍ଟରନାରି କେୟାର ହସ୍ପିଟାଲ୍‌ ସମ୍‌ ଅଲ୍ଟିମେଟ ମେଡିକେୟାରକୁ ଶ୍ରେଷ୍ଠ ମଲ୍ଟିସ୍ପେଶିଆଲଟି ହସ୍ପିଟାଲ୍‌ ଭାବେ ସମ୍ମାନିତ କରାଯାଇଛି । ଇଣ୍ଡିଆନ୍‌ ମେଡିକାଲ୍‌ ଆସୋସିଏସନ୍‌ ଜୁନିୟର ଡକ୍ଟର୍ସ ନେଟୱର୍କ ଓଡ଼ିଶା ପକ୍ଷରୁ ସମ୍ମମ୍‌କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ରବିବାର ଆଇସିଏମ୍‌ଆର୍‌-ରିଜିଓନାଲ୍‌ ମେଡିକାଲ୍‌ ରିସର୍ଚ୍ଚ ସେଂଟର୍‌ ଠାରେ ଆୟୋଜିତ “ୟୁଥ୍‌ ହେଲ୍‌ଥ ଆଇକନ୍‌ ୱିନର-୨୦୨୨” କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହି ଅବସରରେ ସମ୍ମମ୍‌ର ଜେନେରାଲ୍‌ ମେଡିସିନ୍‌ ବିଭାଗର ସିନିୟର୍‌ କନ୍‌ସଲ୍‌ଟାଂଟ ପ୍ରଫେସର (ଡାକ୍ତର) ଶ୍ରୀକାନ୍ତ କୁମାର ଧରଙ୍କୁ ମଧ୍ୟ “ଆଉଟଷ୍ଟାଣ୍ଡିଙ୍ଗ ମେଡିକାଲ୍‌ ପ୍ରଫେସ୍‌ନାଲ୍‌ ଇନ୍‌ ମେଡିସିନ୍‌” ସମ୍ମାନରେ ସମ୍ମାନିତ କରାଯାଇଛି ।