ପ୍ରମୂଖ ଖବର
  • ସାଲେପୁର : ବିଦ୍ୟାଳୟରେ ପାଠ ପଢାଇଲେ ଜିଲ୍ଲାପାଳ, ବୁଲି ଦେଖିଲେ ବିଜ୍ଞାନ ଲାବୋରେଟୋରୀ
  • ||
  • ଛତ୍ରପୁର : କାରାଗାରରେ ବିଚରାଧୀନ କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ
  • ||
  • ଆଠଗଡ : ଗଣେଶ ଭସାଣରେ ଛୁରା ମାଡ; ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ଵର : ବଡ଼ବଡ଼ିଆଙ୍କ କବଜାରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁ, ସାଧାରଣ ଏବଂ ଗରିବ ରୋଗୀଙ୍କ ପାଇଁ କବାଟ ବନ୍ଦ
  • ||
  • ଭଞ୍ଜନଗର : ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍‌, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କୋଣାର୍କ : ମାନସିକ ବିକୃତ ଥିବା ବୃଦ୍ଧଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ
  • ||
  • ମାଲକାନଗିରିରେ ସୁଧୁରୁଛି ବନ୍ୟାସ୍ଥିତି, ସମୀକ୍ଷା କଲେ ଦୁଇ ବରିଷ୍ଠ ଅଧିକାରୀ
  • ||

ଦେଶର ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣକାରୀ ଶିକ୍ଷକମାନଙ୍କୁ ଶ୍ରେଷ୍ଠ ସମ୍ମାନ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର, ୫/୯ : ପବିତ୍ର ‘ଗୁରୁ ଦିବସ’ରେ ନୂଆଦିଲ୍ଲୀଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ବର୍ଷର ୫୦ ଜଣ ଶ୍ରେଷ୍ଠ ଶିକ୍ଷକଙ୍କୁ ‘ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର- ୨୦୨୪’ ପ୍ରଦାନ କରିଛନ୍ତି ।    ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଏହି ସମାରୋହରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶର ପ୍ରତିଭାବାନ ଶିକ୍ଷକମାନଙ୍କୁ ଜାତୀୟ ଶିକ୍ଷା ପୁରସ୍କାରରେ ସମ୍ମାନିତ କରିବା ସହ ମାର୍ଗଦର୍ଶନ ଦେଇଥିବାରୁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଗୁରୁ ଦିବସର ଶୁଭେଚ୍ଛା ଜଣାଇବା ସହ ସମ୍ମାନିତ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।   

ସେ କହିଛନ୍ତି ଯେ, ଜାତୀୟ ଶିକ୍ଷକ ପୁରସ୍କାର ତ୍ୟାଗ, ତପସ୍ୟା ଏବଂ ଅଦ୍ୱିତୀୟ ଯୋଗଦାନର ଅନନ୍ୟ ଉତ୍ସବ । ମାନ୍ୟବର ରାଷ୍ଟ୍ରପତି ଗୁରୁ ଦିବସରେ ସୁଦୃଢ ସମାଜ ଏବଂ ସଶକ୍ତ ରାଷ୍ଟ୍ରର ଆଧାରଶିଳା ରଖୁଥିବା ଶିକ୍ଷକଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ରାଷ୍ଟ୍ରର ଗଠନ ତଥା ଯୁବବର୍ଗଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶିକ୍ଷା ଓ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଦେଶର ସ୍ୱର୍ଣ୍ଣିମ ଭବିଷ୍ୟତ ନିର୍ମାଣ କରୁଥିବା ଶିକ୍ଷକମାନଙ୍କୁ ଏହା ଉପଯୁକ୍ତ ସମ୍ମାନ । ଏହି ସମ୍ମାନ ଜୀବନକୁ ସମୃଦ୍ଧ କରିବା ଏବଂ ଭବିଷ୍ୟତ ଗଠନ ପାଇଁ ସେମାନଙ୍କର ଅତୁଟ ସମର୍ପଣର ସ୍ୱୀକୃତି । ଜାତୀୟ ଶିକ୍ଷା ନୀତିର   ଭାବନାକୁ ଆଗକୁ ବଢ଼ାଇବା ପାଇଁ ସେମାନଙ୍କ ପ୍ରତିବଦ୍ଧତାକୁ ପ୍ରଶଂସା କରିଛନ୍ତି । ସମଗ୍ର ଭାରତରେ ଦକ୍ଷତା ପ୍ରଶିକ୍ଷଣ ଏବଂ ବିଦ୍ୟାଳୟ ଓ ଉଚ୍ଚଶିକ୍ଷାର ଗୁଣାତ୍ମକ ଉନ୍ନତି ଦିଗରେ ଆମର ଶିକ୍ଷକ ଏବଂ ସେମାନଙ୍କର ଅତୁଳନୀୟ ଅବଦାନକୁ ପାଳନ କରିବା ଏକ ବଡ଼ ସମ୍ମାନ ବୋଲି ସେ କହିଛନ୍ତି ।  ଓଡ଼ିଶା ସମେତ ଦେଶର ୫୦ ଜଣ ପ୍ରତିଭାବାନ ଶିକ୍ଷକଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାର ଡ. ଦ୍ୱିତୀ ଚନ୍ଦ୍ର ସାହୁ ଏବଂ ସନ୍ତୋଷ କର ଏହି ସମ୍ମାନଜନକ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.