ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

କଠୋର ହେଲେ ଭଦ୍ରକ ଜିଲ୍ଲାପାଳ, ସରକାରୀ କର୍ମଚାରୀ ପାଇଁ ଜାରି କଲେ ଚେତାବନୀ

Published By : Prameya | January 28, 2025 2:24 PM

ଭଦ୍ରକ ୨୮/୦୧ : ଏଣିକି ସରକାରୀ ଅଫିସ୍‌ରେ ଚାଲିବ ମନମାନି।ସରକାରୀ କର୍ମଚାରୀଙ୍କୁ ଦିଆଯିବନି କୌଣସି ରିହାତି। ଠିକ୍ ସମୟରେ କାର୍ଯ୍ୟଳାୟକୁ ନ ଆସିଲେ ହେବ ଆକ୍ସନ। ସେମାନଙ୍କ ବିରୋଧରେ ନିଆଯିବ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ। ବିଳମ୍ବରେ ଆସୁଥିବା ସରକାରୀ କର୍ମଚାରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରା।

ଜିଲ୍ଲାପାଳଙ୍କ ଆଦେଶ ପତ୍ର ଅନୁଯାୟୀ, କେତେକ ସରକାରୀ କର୍ମଚାରୀ କାର୍ଯ୍ୟାଳୟକୁ ବିଳମ୍ବରେ ଆସୁଥିବାର ସୂଚନା ଆମକୁ ହସ୍ତଗତ ହୋଇଛି । ଯାହାକି  ସରକାରୀ କର୍ମଚାରୀ ଆଚରଣ ନିୟମ ୧୯୫୯ ଅଧିନର ନିୟମ ୩କୁ ଉଲଘଂନ କରୁଛି । ତେଣୁ ସରକାରୀ କର୍ମଚାରୀଙ୍କୁ ସକାଳ ୧୦ଟି କିମ୍ବା ଅଫିସ ଆରମ୍ଭର କିଛି ସମୟ ପୂର୍ବରୁ ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି ।ଆବଶ୍ୟକ ସ୍ଥଳେ ୧୦ ମିନିଟ୍ ବିଳମ୍ବ ହେଲେ ବିଚାରକୁ ନିଆଯିବ । ତେଣୁ ଯଦି କୌଣସି କର୍ମଚାରୀ ଠିକ୍ ସମୟରେ ଅଫିସ ନଆସୁଛନ୍ତି । ତେବେ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସୂଚନା ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.