PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ୍, ୨ ମୃତ

ଭଞ୍ଜନଗର, ୧୮/୧୧ : ଗଛରେ ପିଟି ହେଲା ପରିବା ବୋଝେଇ ଟ୍ରକ୍। ଗଞ୍ଜାମ ଜିଲ୍ଲା ତାରାସିଂ ଥାନା ଅନ୍ତର୍ଗତ କୋକୋଳବା ଗ୍ରାମ ନିକଟରେ ଗୁରୁବାର ମଧ୍ୟରାତ୍ରିରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି।

ସୂଚନାନୁଯାୟୀ, ମହାରାଷ୍ଟ୍ରରୁ ଏକ ପରିବା ବୋଝେଇ ଟ୍ରକ୍ ତାରାସିଂ କୋକୋଳବା ଗ୍ରାମ ଦେଇ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଅଞ୍ଚଳକୁ ପରିବା ନେଇ ଆସୁଥିଲା। ଏହି ସମୟରେ ଭାରସାମ୍ୟ ହରାଇ ଟ୍ରକ୍‌ଟି ରାସ୍ତା କଡ଼ରେ ଥିବା ଏକ ବଡ ଗଛରେ ପିଟି ହୋଇ ରାସ୍ତା କଡକୁ ଓଲଟି ପଡିଥିଲା। ଫଳରେ ଗାଡିରେ ଥିବା ଡ୍ରାଇଭର ଓ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଖବର ପାଇ ତାରାସିଂ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡିକାଲକୁ ପଠାଇଛି । ତେବେ ଏଯାଏଁ ୨ ମୃତକଙ୍କ ପରିଚୟ ମିଳି ପାରିନହିଁ। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି।