ପ୍ରମୂଖ ଖବର
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଭରତପୁର ଥାନାରେ ହଙ୍ଗାମା ମାମଲା, ଗୁଜରାଟରୁ ଆସିଲା ମିଛଧରା ପରୀକ୍ଷା ରିପୋର୍ଟ

Published By : Prameya | November 9, 2024 1:50 PM

ଭୁବନେଶ୍ୱର ୦୯/୧୧: ଭରତପୁର ଥାନାରେ ପୋଲିସ ଏବଂ ସେନା କର୍ମଚାରୀଙ୍କ ମଧ୍ୟରେ ବିବାଦ ମାମଲା। ଗୁଜରାଟ ଗାନ୍ଧୀନଗର ଫରେନସିକ ଲ୍ୟାବରୁ ଆସିଲା ପଲିଗ୍ରାଫ୍‌ ରିପୋର୍ଟ। କ୍ରାଇମବ୍ରାଞ୍ଚ ହାତରେ ଲାଗିଲା ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ବ୍ରେନ୍‌ ମ୍ୟାପିଂ ଓ ନାର୍କୋ ଟେଷ୍ଟ ରିପୋର୍ଟ। ମିଛଧରା ପରୀକ୍ଷା ରିପୋର୍ଟ ଯାଞ୍ଚ ପରେ ପ୍ରକୃତ ଘଟଣା ଉପରୁ ଉଠିବ ପରଦା। ଅନ୍ୟପଟେ ସବ୍‌ଇନ୍ସପେକ୍ଟର ବୈଶାଳିନୀ ନାୟକ, ଏଏସ୍‌ଆଇ ସଳୀଳମୟୀ ସାହୁ, ଏଏସ୍‌ଆଇ ସାଗରିକା ନାଥ ଓ ଏସ୍‌ଆଇ  ପ୍ରଶାନ୍ତ ମହାରଣା ପଲିଗ୍ରାଫ ଟେଷ୍ଟ ରିପୋର୍ଟ ମଧ୍ୟ କ୍ରାଇମବ୍ରାଞ୍ଚର ହସ୍ତଗତ ହୋଇଥିବା ଜଣାପଡିଛି।

ସୂଚନା ଥାଉକି,  ଆର୍ମି ମେଜର  ଓ ତାଙ୍କ ବାନ୍ଧବୀ ୧୪ ତାରିଖ ରାତିରେ ପଟିଆରୁ ଭରତପୁରକୁ  ରାତିରେ ଆସୁଥିଲେ । ରାସ୍ତାରେ ୨ଟି କାର୍‌କୁ ସେ ଓଭରଟେକ୍‌ କରିଥିଲେ । କାର୍‌ରେ ଥିବା ଯୁବକମାନେ ଆର୍ମି ଅଫିସର ଓ ତାଙ୍କ ବାନ୍ଧବୀଙ୍କୁ ଅଟକାଇ ଦୁର୍ବ୍ୟବହାର ସହ ଆକ୍ରମଣ  କରିଥିଲେ। ଏନେଇ ରାତିରେ  ଭରତପୁର ଥାନାକୁ ଅଭିଯୋଗ କରିବାକୁ ଆସିଥିଲେ ମେଜର  ଓ ତାଙ୍କ ବାନ୍ଧବୀ । ତେବେ ସେଠାରେ ପୋଲିସ ସହ ସେମାନଙ୍କର ଯୁକ୍ତିତର୍କ ହୋଇଥିଲା। ଏହା ପରେ  ଉଭୟଙ୍କୁ ପୁଲିସ ନିର୍ଯାତନା ଦେଇଥିଲା। ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା।  ଥାନାରେ ଅଭିଯୋଗ କରିବାକୁ ଆସି ପୋଲିସ ଠାରୁ ମାଡ ଖାଇବା ଓ ନିର୍ଯାତନା ଦିଆଯିବା ଅଭି‌ଯୋଗ ହେବା  ପରେ ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଡିଜିପି ୱାଇବି ଖୁରାନିଆ । ଏଥିସହ ୫ ପୋଲିସ ଅଫିସରଙ୍କୁ ଡିଜିପି ନିଲମ୍ଵିତ କରିଥିଲେ। ଏହି ମାମଲା ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଜଷ୍ଟିସ୍ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତା ତଦନ୍ତ ଚାଲିଛି। ବର୍ତ୍ତମାନ ସୁଦ୍ଧା ଆର୍ମି ମେଜର ଓ ତାଙ୍କ ବାନ୍ଧବୀ ସତ୍ୟପାଠ ଦାଖଲ କରିଥିବା ବେଳେ ୧୦୦ ଅଧିକ ସାଧାରଣ ଲୋକ ମଧ୍ୟ ସତ୍ୟପାଠ କରିଥିବା ସୂଚନା ମିଳିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.