ପ୍ରମୂଖ ଖବର
  • ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ କସରତ: ୪ରେ ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା, ୫ରେ ଶପଥ ସମାରୋହ
  • ||
  • ବଲାଙ୍ଗୀର: ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନ ଭିତରକୁ ମାଡିଗଲା ଟ୍ରକ୍, ସିକ୍ୟୁରିଟି ଗାର୍ଡ ମୃତ
  • ||
  • କେରଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, କାର୍-ବସ୍ ମୁହାଁମୁହିଁ ଧକ୍କାରେ ୫ ଡାକ୍ତରୀ ଛାତ୍ରଙ୍କ ଚାଲିଗଲା ଜୀବନ
  • ||
  • ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ବନାଥ ପାତ୍ର, , ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ଚଢ଼ାଉ
  • ||
  • ସଂସଦରେ ସମ୍ବିଧାନ ଚର୍ଚ୍ଚା ପାଇଁ ବାଚସ୍ପତିଙ୍କ ସହମତି, ଆଜିଠୁ ସ୍ୱାଭାବିକ ହୋଇପାରେ ଗୃହ
  • ||
  • ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ୪ରେ ନୌସେନା ସମରାଭ୍ୟାସ ଦେଖିବେ, ୫ରେ ଜୁଡିସିଆଲ କମ୍ପେ୍ଲକ୍ସ ଉଦ୍‌ଘାଟନ କରିବେ
  • ||
  • ଚଳିତ ବର୍ଷ ରାଜ୍ୟରେ ଜାଡ଼ କମ୍, ଡିସେମ୍ବରରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ
  • ||

ଭରତପୁର ଥାନା ବିବାଦ ଘଟଣା: ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର ୧୬/୧୧: ବହୁ ଚର୍ଚ୍ଚିତ ଭରତପୁର ଥାନାରେ ମାମଲା। ବିଚାରବିଭାଗୀ ତଦନ୍ତ କରୁଥିବା କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି। ୨୦୨୫ ଜାନୁଆରୀ ୩୧ ଯାଏଁ କାର୍ଯ୍ୟକାଳ ଅବଧିକୁ ବୃଦ୍ଧି କରାଯାଇଛିି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛ। ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ୨୨ ନଭେମ୍ବରର ଶେଷ ହୋଉଥିଲା।

ସୂଚନ ଯୋଗ୍ୟ ଯେ, ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ପୁରୁଷ ବନ୍ଧୁଙ୍କ ସହ ତାଙ୍କ ବାନ୍ଧବୀ ରାତି ୧ଟା ବେଳେ ଅଭିଯୋଗ କରିବାକୁ ଥାନାକୁ ଆସିଥିବା ବେଳେ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏପରିକି ମେଜରଙ୍କ ବାନ୍ଧବୀଙ୍କୁ ପୋଲିସ କର୍ମଚାରୀ ମାଡ଼ ମାରିବା ସହ ନିର୍ଯ୍ୟାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ରାଜ୍ୟ ତଥା ଜାତୀୟସ୍ଥରରେ ଆଲୋଡ଼ନ ସୃଷ୍ଟି କରିଥିଲା। ଘଟଣାରେ ତତ୍କାଳୀନ ଭରତପୁର ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଜାରିି କରୁଥିବ ବେଳେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ବିଚାରବିଭାଗୀ ତଦନ୍ତ ଲାଗି ପୂର୍ବତ୍ତନ ନ୍ୟାୟଧିଶ ଜଷ୍ଟସ ଚିତ୍ତରଂଜନ ଦାଶଙ୍କ ନେତୃତ୍ବ ଗଠନ କରିଥିଲେ। ପରେ ତଦନ୍ତ କମିଶନ ଏକ ସ୍ବତନ୍ତ୍ର ଟିମ ଗଠନ କରି ତଦନ୍ତ ଆରମ୍ଭ କରଥିଲେ। ଏଥି ସହିତ ସମସ୍ତ ପକ୍ଷରୁ ସତ୍ୟପାଠ ଜରିଆରେ ସେମାନଙ୍କ ମତ ରଖିପାରିବେ ଆହ୍ବାନ କରିଥିଲେ।  ସତ୍ୟାପାଠ ଦାଖଲ ପ୍ରକିୟା ଶେଷ ହୋଇଥିବା ବେଳେ ତଦନ୍ତ ଚାଲିଛି। 

ବୁଧବାର ଅର୍ଥାତ ୧୩ ତାରିଖ ଦିନ ତଦନ୍ତ କମିଶନ ପକ୍ଷରୁ ସତ୍ୟାପଠ ଦାଖଲ କରିଥିବା ସମସ୍ତ ପକ୍ଷଙ୍କୁ ଭରତପୁର ଥାନାରେ ହାଜର ହେବାକୁ ନୋଟିସ ହୋଇଥିଲା। ଗୁରୁବାର ଦିନ ମେଜର ଏବଂ ବାନ୍ଧବୀ ଥାନାରେ ହାଜର ହୋଇଥିଲା। ବର୍ତ୍ତମାନ ସଂପୃକ୍ତ ଘଟଣା ତଦନ୍ତ ଚାଲିଥିବା ବେଳେ ୨୨ ନଭେମ୍ବରର ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ଶେଷ ହେଉଥିବାରୁ ତାଙ୍କ କାର୍ଯ୍ୟକାଳକୁ ୨୦୨୫ ଜାନୁଆରୀ ୩୧କୁ ବୃଦ୍ଧି କରାଯାଇଛି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.