ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ୨୩ ରୁ ଖୋଲିବ ଭିତରକନିକା

Published By : Harapriya Sethi | January 22, 2025 8:42 AM

ଧାମରା,୨୨/୦୧: କୁମ୍ଭୀର ଗଣନା ପାଇଁ ଭିତରକନିକା ବନ୍ଦ କରାଯାଇଥିବା ବେଳେ ଜାନୁଆରୀ ୨୩ (ଗୁରୁବାର)ରୁ ଏହା ପର୍ଯ୍ୟଟକଙ୍କ ପାଇଁ ଖୋଲିବ । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭିତରକନିକାରେ କୁମ୍ଭୀର ଗଣନା କରାଯାଉଛି । ଗତ ବର୍ଷ ଅପେକ୍ଷା କୁମ୍ଭୀରଙ୍କ ସଂଖ୍ୟା କମିଛି ନା ବଢିଛି ତାହା ଜାଣିବା ପାଇଁ ଆରମ୍ଭ ହୋଇଛି ଗଣନା । 

ଚଳିତ ବର୍ଷ ଜାନୁଆରୀ ୧୪ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ଏହି ଗଣନା ଜାନୁଆରୀ ୨୨ରେ ଶେଷ ହେବ । କୁମ୍ଭୀର ଗଣନା ପାଇଁ ୧୨ ତାରିଖରୁ ଭିତରକନିକାରେ ଥିବା ପର୍ଯ୍ୟଟକଙ୍କୁ ଅପସାରଣ କରାଯାଇଥିଲା । ଶୀତଦିନେ ଅଭୟାରଣ୍ୟ ମଧ୍ୟରେ ଥିବା ବିଭିନ୍ନ କ୍ରିକ୍‌, ଜୋର, ନାଳ ଓ ନଦୀପଠାରେ କୁମ୍ଭୀରମାନେ ଶୁଅନ୍ତି । ତେଣୁ ବନକର୍ମଚାରୀଙ୍କୁ କୁମ୍ଭୀର ଗଣିବା ସୁବିଧା ହୁଏ । ଏଥିପାଇଁ ୮ଟି ଟିମ୍‌ କରି ଗଣନା ଚାଲିଥିବାବେଳେ ଏହା ବୁଧବାର ଶେଷ ହେବ । ଅନ୍ୟପକ୍ଷରେ ବୈତରଣୀ, ବ୍ରାହ୍ମଣୀ ନଦୀରେ ଡଲଫିନ୍‌ ଗଣନା ପାଇଁ ବନ ବିଭାଗ ପ୍ରସ୍ତୁତ ହୋଇଛି ।  ଜାନୁଆରୀ୨୨ କିମ୍ବା ୨୩ରୁ ଡଲଫିନ୍‌ ଗଣନା ହେବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.