ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ବିଜେପିରୁ ଇସ୍ତଫା ଦେଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ଵର, ୦୩/୦୪ : ନିର୍ବାଚନ ପୂର୍ବରୁ ବିଜେପିକୁ ଆଉ ଏକ ଝଟ୍‌କା। ବିଜେପିରୁ ଇସ୍ତଫା ଦେଲେ ଭୃଗୁ ବକ୍ସିପାତ୍ର। ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଭୃଗୁ। 

୨୦୧୯ରେ ବ୍ରହ୍ମପୁରରୁ ବିଜେପି ଲୋକସଭା ପ୍ରାର୍ଥୀ ଥିଲେ ଭୃଗୁ। ବିଜେପିର ରାଜ୍ୟ ଉପସଭାପତି ଥିଲେ। ୨୩ ବର୍ଷ ଧରି ସେ ବିଜେପିରେ ସକ୍ରିୟ ସଦସ୍ୟ ରୂପେ କାର୍ଯ୍ୟ କରିଛନ୍ତି। ବର୍ତ୍ତମାନ ନିର୍ବାଚନ ସମୟରେ ସେ ଦଳର ସକ୍ରିୟ ଭୂମିକାରେ ନଥିଲେ।

ସେ ତାଙ୍କ ଇସ୍ତଫା ପତ୍ରରେ ଲେଖିଛନ୍ତି ଯେ, ଦଳ ମୋର ଆବଶ୍ୟକତା ମନେ କଲାନି। ସେଥିପାଇଁ ମୁଁ ଦଳ ଛାଡ଼ିବାକୁ ବାଧ୍ୟ ହେଲି। ଲୋକଙ୍କ ସେବା ଓ ଓଡ଼ିଶାର ବିକାଶ ପାଇଁ କାମ କରିବି। ଆଗକୁ ବି ଲୋକଙ୍କ ସେବା କରିବି। ତେବେ ଇସ୍ତଫା ପରେ ସେ କେଉଁ ଦଳକୁ ଯିବେ ସ୍ପଷ୍ଟ ହୋଇନି।

  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • lok sabha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.