PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଭୁବନେଶ୍ୱର-ଦୁବାଇ ସିଧା ବିମାନ ସେବା ଖୁବ୍‌ଶୀଘ୍ର, ଦୁବାଇ ପ୍ରବାସୀ ଓଡ଼ିଆ ସମ୍ମିଳନୀରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୦୬: ଖୁବ୍‌ଶୀଘ୍ର ଦୁବାଇରୁ ଭୁବନେଶ୍ୱରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ବୁଧବାର ସନ୍ଧ୍ୟାରେ ଦୁବାଇରେ ପ୍ରବାସୀ ଓଡ଼ିଆଙ୍କ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ୫-ଟି ସଚିବ ଭି.କେ ପାଣ୍ଡିୟାନ କହିଲେ ଦୁବାଇରୁ ସିଧାସଳଖ ବିମାନ ସେବା ପାଇଁ ୧୦୦ କୋଟି ଟଙ୍କା ଆବଶ୍ୟକ ପଡ଼ୁଛି । ଏହା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ମଂଜୁର କରିଛନ୍ତି । ତେଣୁ ଖୁବ୍‌ଶୀଘ୍ର ଏହି ବିମାନ ସେବା ଆରମ୍ଭ ହେବ ।

ଏହି ସମ୍ମିଳନୀରେ ୟୁଏଇ, ବାହାରିନ୍‌, ଓମାନ ଓ ପାଖ ଦେଶର ୫୦୦ ପ୍ରବାସୀ ଓଡ଼ିଆ ଯୋଗ ଦେଇଥିଲେ । ଆରବ ଦେଶରେ ରହୁଥିବା ଓଡ଼ିଆମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା । ବାହାରିନ୍‌ ଓଡ଼ିଆ ସମାଜ, ଆବୁଧାବି ଓଡ଼ିଆ ସମାଜ, ଓମାନ ଓଡ଼ିଆ ସମାଜର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ । ପୂର୍ବାହ୍ନରେ ନବୀନ ନିବେଶକ ସମ୍ମିଳନୀରେ ଯୋଗ ଦେଇଥିଲେ । ଆସନ୍ତାକାଲି ନବୀନ ବିଦେଶ ଗସ୍ତ ଶେଷ କରି ଓଡ଼ିଶା ଫେରିବେ ।