ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି, ମେ ୯ ହିଂସା ସହ ଜଡିତ ୮ ମାମଲାରେ ମିଳିଲା ଜାମିନ୍...

Published By : Ladu Kishor | August 21, 2025 5:12 PM

Image Courtsey: gulistannewstv

ନୂଆଦିଲ୍ଲୀ: ଗୁରୁବାର ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି ମିଳିଛି । କୋର୍ଟ ଇମ୍ରାନ ଖାନଙ୍କୁ ୨୦୨୩ ମେ ୯ ସହ ଜଡିତ ୮ ମାମଲାରେ ଜାମିନ ପ୍ରଦାନ କରିଛନ୍ତି। ଏହାକୁ ନେଇ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି । 

ସୂଚନାଥାଉକି, ୯ ମେ ୨୦୨୩ରେ ଇସଲାମାବାଦରେ ଇମ୍ରାନ ଖାନଙ୍କ ଗିରଫଦାରୀ ପରେ ତାଙ୍କ ସମର୍ଥକ ମାନେ ଅନେକ ସହରରେ ହିଂସା ଏବଂ ଭଙ୍ଗାରୁଜା କରିଥିଲେ। ଏହା ପରେ, ଦଙ୍ଗା ପାଇଁ ଖାନ ଏବଂ ତାଙ୍କ ଦଳ ପାକିସ୍ତାନ ତେହେରିକ୍-ଏ-ଇନସାଫ (ପିଟିଆଇ)ର ଅନେକ ନେତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।

ସୁପ୍ରିମକୋର୍ଟର ତିନି ସଦସ୍ୟ ବିଶିଷ୍ଟ ଖଣ୍ଡପୀଠ ମାମଲାର ଶୁଣାଣି କରୁଥିଲେ। ପ୍ରଧାନ ବିଚାରପତି ଆଫ୍ରିଦିଙ୍କ ନେତୃତ୍ୱରେ ବିଚାରପତି ଶଫି ସିଦ୍ଦିକି ଏବଂ ବିଚାରପତି ମିଆଁଗୁଲ ଔରଙ୍ଗଜେବ ସାମିଲଥିଲେ । ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ, କୋର୍ଟ ଇମ୍ରାନ ଖାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଖାନଙ୍କ ପକ୍ଷରୁ ଓକିଲ ସଲମାନ ସଫଦର ଏବଂ ସରକାରଙ୍କ ପକ୍ଷରୁ ପଞ୍ଜାବର ସ୍ୱତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଜୁଲଫିକର ନକଭି ଯୁକ୍ତି ଉପସ୍ଥାପନ କରିଥିଲେ। ଇମ୍ରାନ ଖାନଙ୍କ ଦଳ ପିଟିଆଇ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଥିଲା ଏବଂ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ #VictoryForImranKhan ହ୍ୟାସଟ୍ୟାଗ୍ ସହିତ ଖୁସି ପ୍ରକାଶ କରିଥିଲା।

ପିଟିଆଇର ଅନ୍ତର୍ଜାତୀୟ ମୁଖପାତ୍ର ଜୁଲଫିକର ବୁଖାରୀ କହିଛନ୍ତି,"ସୁପ୍ରିମ କୋର୍ଟ ମେ ୯ ମାମଲାରେ ଇମ୍ରାନ ଖାନଙ୍କୁ ଜାମିନ ଦେଇଛନ୍ତି। ଏବେ କେବଳ ଗୋଟିଏ ମାମଲାରେ ଜାମିନ ଆବଶ୍ୟକ,ତାହା ହେଉଛି ଅଲ-କାଦିର ଟ୍ରଷ୍ଟ ମାମଲା, ଯାହା ପରେ ତାଙ୍କୁ ଜେଲରୁ ମୁକ୍ତ କରାଯାଇ ପାରିବ। ତଥାପି, ବୁଖାରୀ ସ୍ପଷ୍ଟ କରିଛନ୍ତି ଯେ ଏହି ଜାମିନ ସତ୍ତ୍ୱେ, ଖାନଙ୍କୁ ଏପର୍ଯ୍ୟନ୍ତ ମୁକ୍ତ କରାଯିବ ନାହିଁ, କାରଣ ସେ ୧୯୦ ମିଲିୟନ ପାଉଣ୍ଡ ଦୁର୍ନୀତି ଅଲ-କାଦିର ଟ୍ରଷ୍ଟ ମାମଲାରେ ସଜା କାଟୁଛନ୍ତି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.