ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

କାଣ୍ଟା ଲଗା ଗାର୍ଲ ଶେଫାଳି ଜରିୱାଲାଙ୍କ ବିୟୋଗ, ହୃଦଘାତରୁ ଚାଲିଗଲା ଜୀବନ

Published By : Ankita S | June 28, 2025 7:32 AM

ମୁମ୍ବାଇ,୨୮/୦୬: ଆଉ ନାହାନ୍ତି ଶେଫାଳି ଜରିୱାଲା । ବିଗ୍‌ ବସ୍‌ ପ୍ରତିଯୋଗୀ, ଅଭିନେତ୍ରୀ ତଥା ମଡେଲ ଶେଫାଳି ଜରିୱାଲାଙ୍କର ଗତକାଲି (ଶୁକ୍ରବାର) ୪୨ ବର୍ଷ ବୟସରେ ଅକାଳ ବିୟୋଗ ଘଟିଛି । ହୃଦଘାତ ଯୋଗୁଁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶେଫାଳିଙ୍କ ନିଧନରେ ଫ୍ୟାନ୍ସ ଏବଂ ଇଣ୍ଡଷ୍ଟ୍ରୀରେ ଶୋକର ଛାୟା ଖେଳିଯାଇଛି ।

ସୂଚନା ଅନୁସାରେ, ଶେଫାଳି ଅସୁସ୍ଥ ଅନୁଭବ କରିଥିଲେ । ତାଙ୍କୁ ତାଙ୍କ ସ୍ୱାମୀ ତଥା ଅଭିନେତା ପରାଗ ତ୍ୟାଗୀ ଓ ଅନ୍ୟ ୩ ଜଣ ଅପରାହ୍ନରେ ବେଲିଭ୍ୟୁ ମଲ୍ଟିସ୍ପେଶାଲିଟି ହସ୍ପିଟାଲକୁ ନେଇଥିଲେ । କିନ୍ତୁ ସେଠାରେ ପହଞ୍ଚିବା ପୂର୍ବରୁ ତାଙ୍କର ମୃତ୍ୟୁ ଘଟିଥିଲା । ମୃତ୍ୟୁର କାରଣ ହୃଦଘାତଜନିତ ହୋଇଥିବା ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଛି । ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ କୁପର ହସ୍ପିଟାଲକୁ ପଠାଯାଥିଲା । ରିପୋର୍ଟରେ ମୃତ୍ୟୁର କାରଣ ହୃଦଘାତ ବୋଲି ଦର୍ଶାଯାଇଛି । 

ସେ ଶାରୀରିକ ଭାବେ ଫିଟ୍ ଥିଲେ । ହେଲେ ହଠାତ୍‌ ତାଙ୍କ ବିୟୋଗକୁ ପ୍ରଶଂସକ ଓ ସମର୍ଥକମାନେ ସହଜରେ ଗ୍ରହଣ କରିପାରୁ ନାହାନ୍ତି । ଯାହାକୁ ନେଇ ସୋସିଆଲ ମିଡିଆରେ ବିଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଛି । ୨୦୦୨ରେ ମ୍ୟୁଜିକ ଭିଡିଓ 'କାଣ୍ଟା ଲଗା' ଗୀତ ପାଇଁ ସେ ରାତାରାତି ଷ୍ଟାର ପାଲଟି ଯାଇଥିଲେ ଶେଫାଳି । କାଣ୍ଟା ଲଗା ଗାର୍ଲ ଭାବେ ସେ ଘରେ ଘରେ ପରିଚିତ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ କେତେକ ଟେଲିଭିଜନ ସିରିଏଲ ଏବଂ ବିଗ୍‌ ବସ୍‌ ଓ ନାଚ୍‌ ବଲିୟେ ସମେତ କେତେକ ରିୟଲିଟି ଶୋରେ ଭାଗ ନେଇଥିଲେ । ବିଗ୍‌ ବସ୍ ସିଜିନ୍‌ ୧୩ରେ ଭାଗ ନେଇଥିଲେ ଶେଫାଳି । ୨୦୦୪ରେ ସାଲମାନ ଖାନ୍‌, ଅକ୍ଷୟ କୁମାର ଓ ପ୍ରିୟଙ୍କା ଚୋପ୍ରାଙ୍କ ଅଭିନୀତ 'ମୁଝସେ ସାଜି କରୋଗେ' ଫିଲ୍ମରେ ନଜର ଆସିଥିଲେ ।

ସୂଚନାଯୋଗ୍ୟ ଯେ ୨୦୦୪ରେ ସେ ହର୍ମିତ ସିଂହଙ୍କୁ ବିବାହ କରିଥିଲେ । ଉଭୟଙ୍କ ସମ୍ପର୍କ ୨୦୦୯ ପର୍ଯ୍ୟନ୍ତ ତିଷ୍ଠିଥିଲା । ୨୦୧୫ରେ ଶେଫାଳି ପରାଗ ତ୍ୟାଗିଙ୍କୁ ଦ୍ୱିତୀୟ ବିବାହ କରିଥିଲେ । ଶେଫାଳିଙ୍କ ବିୟୋଗରେ ସ୍ୱାମୀ ପରାଗ ତ୍ୟାଗି ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.