ପ୍ରମୂଖ ଖବର
  • ବୃକ୍ଷରୋପଣରେ ମହାଦୁର୍ନୀତି କରି ଲରମ୍ଭା ସେକ୍ସନ ଫରେଷ୍ଟର ପ୍ରିୟବ୍ରତ ନାଏକ ନିଲମ୍ବିତ
  • ||
  • ଫୁଲବାଣୀ : ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଫୁଲବାଣୀ : ବେକରେ ଗାମୁଛା ଦେଇ ୮୩ ବର୍ଷୀୟ ବୃଦ୍ଧଙ୍କ ଆତ୍ମହତ୍ୟା
  • ||
  • ସମ୍ବଲପୁର ରେଜିଷ୍ଟ୍ରି ଅଫିସ୍‌ରେ ଅଚାନକ ପହଞ୍ଚିଲେ ରାଜସ୍ବ ମନ୍ତ୍ରୀ, ଅଧିକାରୀଙ୍କୁ କଲେ ତାଗିଦ୍
  • ||
  • ଭଦ୍ରକ : ଓଲଗରେ ପାଞ୍ଚଶହ ବର୍ଷର ପୁରାତନ ପରମ୍ପରା ଲାଖବିନ୍ଧା ଅନୁଷ୍ଠିତ, ଶହଶହ ଲୋକଙ୍କ ଭିଡ଼
  • ||
  • ଭୋଗରାଇ : ୬ ଦଫା ଦାବି ନେଇ ଲକ୍ଷ୍ମୀ ବସ୍ ଡ୍ରାଇଭରଙ୍କ ଆନ୍ଦୋଳନ, ବସ୍ ଚଳାଚଳ ଠପ
  • ||
  • ଉଦଳା : ସିସିଟିଭିରେ ଶାଢ଼ୀ ଢାଙ୍କି ଲୁଟ୍‌, ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ବିଣିକା : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍‌, ୨ ମୃତ
  • ||
  • ଭୁବନେଶ୍ୱରରେ ଭସାଣି ପାଇଁ ଟ୍ରାଫିକ କଟକଣା, ବାଣୀବିହାରରୁ ରାଜମହଲ ପର୍ଯ୍ୟନ୍ତ ରାସ୍ତା ସିଲ୍‌
  • ||
  • ଚୌଦ୍ୱାର : ସିରିଜ୍ ଚୋରି ଘଟଣାର ପର୍ଦ୍ଦାଫାସ, ୩ ଗିରଫ
  • ||
  • ସାଲେପୁର : କେନାଲରେ ବୁଡି ବୃଦ୍ଧ ମୃତ, ପୋଲିସର ତଦନ୍ତ ଜାରି
  • ||
  • ସରିଲା ଦୁର୍ଗାପୂଜା; ଆଜି ମା' ନେବେ ମାଲାଣି, ଭସାଣି ପାଇଁ ପ୍ରଶାସନର ବ୍ୟାପକ ପ୍ରସ୍ତୁତି
  • ||
  • କଟକରେ ଭସାଣି ଉପଲକ୍ଷେ ଟ୍ରାଫିକ କଟକଣା ଲାଗୁ, ପ୍ରେସ୍ ରିଲିଜ ଜରିଆରେ ସୂଚନା
  • ||
  • କାମାକ୍ଷାନଗର : ଡିଭାଇଡରରେ ପିଟିହୋଇ ଓଲଟିଲା ଗାଡି; ଜଣେ ଗୁରୁତର, ୩ଆହତ
  • ||

ବିହାରରେ ପୋଖରୀରେ ବୁଡ଼ି ୮ ନାବାଳିକା ଓ ନାବାଳକ ମୃତ

ନୂଆଦିଲ୍ଲୀ,୨୬/୦୯:  ବିହାରର ‘ଜୀବିତ ପୁତ୍ରିକା’ପର୍ବ ପାଳନ ବେଳେ ଅଘଟଣା। ଏହି ପର୍ବ ପାଳନ ପାଇଁ ପୋଖରୀରେ ଗାଧୋଉଥିବା ବେଳେ ୨ଟି ଭିନ୍ନ ଗାଁରେ ବୁଡ଼ି ସମୁଦାୟ ୮ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ସେମାନଙ୍କ ମଧ୍ୟରେ ୭ ନାବାଳିକା ଓ ଜଣେ ନାବାଳିକା ଅଛନ୍ତି। 

ସୂଚନା ମୁତାବକ,ବିହାରରେ ଗତକାଲି ‘ଜୀବିତ ପୁତ୍ରିକା’ ପର୍ବ ପାଳିତ ହେଉଥିଲେ। ଏହି ପର୍ବ ପାଳନ କରୁଥିବା ଲୋକେ ପରିବାର ସହ ନିକଟସ୍ଥ ପୋଖରୀ, ନଦୀକୁ ଯାଇ ବୁଡ଼ ପକାଇଥିଲେ। ଏହି ସମୟରେ ଦୁଇଟି ଭିନ୍ନ ଭିନ୍ନ ଗାଁରେ ଅଘଟଣ ଘଟିଛି। ଅସାବଧାନତା ଯୋଗୁଁ ଗୋଡ଼ ଖସିଯିବାରୁ ୭ ନାବାଳିକା ଓ ଜଣେ ନାବାଳକ ପୋଖରୀରେ ବୁଡ଼ି ଯାଇଥିବ ସୂଚନା ମିଳିଛି। ଏନେଇ ଖବରପାଇ ଅଗ୍ନିଶମ ବାହିନୀ କର୍ମଚାରୀ ଓ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିବା ବେଳେ ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା। ମାତ୍ର ଡାକ୍ତର ସମସ୍ତ ୮ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ତେବେ ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି। ସେପଟେ ଏହି ଘଟଣା ସମଗ୍ର ବିହାରରେ ଚାଞ୍ଚଲ୍ୟ ଖେଳାଇ ଦେଇଥିବା ବେଳେ ମୁଖ୍ୟମନ୍ତୀ ନୀତୀଶ କୁମାର ଗଭୀର ଶୋକ ପ୍ରକାଶ କରିଛନ୍ତି। ଏଥିସହ ମୃତକଙ୍କ ପରିବାରକୁ  ୪ ଲକ୍ଷ ଟଙ୍କାର  ସହାୟତା ରାଶି ଘୋଷଣା କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.