ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ବିହାରରେ ଗଙ୍ଗାନଦୀରେ ଓଲଟିଲା ଡଙ୍ଗା, ୩ ମୃତ, ୪ ନିଖୋଜ...

Published By : Ladu Kishor | January 19, 2025 8:49 PM

ନୂଆଦିଲ୍ଲୀ: ବିହାରର କଟିହାର ଜିଲ୍ଲାରେ ଆଜି (ରବିବାର) ସକାଳେ ଗଙ୍ଗା ନଦୀରେ ଏକ ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି । ଡଙ୍ଗାଟି ବିହାରର ଗୋଲାଘାଟରୁ ଝାଡ଼ଖଣ୍ଡର ସାକ୍ରି ଗଲିକୁ ଯାଉଥିଲା । ଏହି ସମୟରେ ହଠାତ୍ ନଦୀ ମଝିରେ ଓଲଟି ପଡ଼ିଥିଲା । ଏପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି । ତେବେ ୪ ଜଣ ନିଖୋଜ ଥିବା କୁହାଯାଉଛି। ଡଙ୍ଗାରେ ପ୍ରାୟ ୧୮ ଜଣ ଲୋକ ଥିଲେ । ମୃତକଙ୍କ ମଧ୍ୟରେ ଜଣେ ଏକ ବର୍ଷୀୟ ଶିଶୁ କନ୍ୟା ମଧ୍ୟ ସାମିଲ ଥିଲା। ତିନି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସମସ୍ତ ମୃତକ ମେଘୁ ଟୋଲା କଟିହାରର ବାସିନ୍ଦା ଥିଲେ।

ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଲୋକ ମାନଙ୍କୁ ସମସ୍ତ ପ୍ରକାରର ସାହାଯ୍ୟର ପ୍ରତିଶ୍ରୁତି ଦେଇଥିଲେ। ଉଦ୍ଧାର କାର୍ଯ୍ୟରେ SDRF ସମେତ ଅନେକ ଦଳ ନିୟୋଜିତ ହୋଇଛନ୍ତି। ପୋଲିସର ସୂଚନା ଅନୁଯାୟୀ ଡଙ୍ଗାରେ ୧୮ ଜଣ ଲୋକ ଥିଲେ। ଏମାନଙ୍କ ମଧ୍ୟରୁ ୭ ଜଣ ସୁରକ୍ଷିତ ଭାବରେ ପହଁରି ବାହାରକୁ ଆସିପାରିଛନ୍ତି। ଚାରି ଜଣଙ୍କୁ ଉଦ୍ଧାର କରାଯାଇଛି, ତିନି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି ଏବଂ ଚାରି ଜଣଙ୍କ ସନ୍ଧାନ ଜାରି ରହିଛି।

ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଡଙ୍ଗାରେ କ୍ଷମତାଠାରୁ ଅଧିକ ଲୋକ ଥିଲେ, ଯାହା ଫଳରେ ସନ୍ତୁଳନ ବିଗିଡ଼ି ଯାଇଥିଲା। ପ୍ରଶାସନ ଏହି ଘଟଣାର ତଦନ୍ତ କରୁଛି । ଦୁର୍ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତକଙ୍କ ପରିବାରକୁ ସମସ୍ତ ପ୍ରକାରର ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ଅଧିକାରୀ ମାନେ ପ୍ରତିଶ୍ରୁତି ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.