ପ୍ରମୂଖ ଖବର
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

କଟକର ବିଭିନ୍ନ ସ୍ଥାନରେ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

Published By : Prameya | April 17, 2025 5:21 PM

କଟକ,୧୭/୪ : କଟକର ବିଭିନ୍ନ ସ୍ଥାନରେ ଗୁରୁବାର ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜୁ ପଟ୍ଟନାୟକ ଛକଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ କଟକ ଜିଲ୍ଲାପାଳ। ଏହାପରେ ଆନନ୍ଦ ଭବନ ଠାରେ ମଧ୍ୟ କଟକ ମେୟର, କମିଶନର, ଜିଲ୍ଲାପାଳ, କର୍ପୋରେଟର, ବିଜେଡି ନେତା ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷ ମାନେ ପହଞ୍ଚି ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ତାଙ୍କର ସ୍ମୃତି ଚାରଣ କରିଥିଲେ । 

କଟକ ଗଡ଼ଗଡ଼ିଆ ମହାନଦୀ ଘାଟରେ ଆଜି କଟକ ଜିଲ୍ଲା ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଉତ୍ସବ ଉପଲକ୍ଷେ ତିଳତର୍ପଣ କରିଛନ୍ତି ଶତାଧିକ ନେତା ଓ କର୍ମୀ । ସାଂସଦ ଦେବାଶିଷ ସାମନ୍ତରାୟଙ୍କ ନେତୃତ୍ବ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ କଟକ ବିଜେଡି ନଗର ସଭାପତି ମଧୂସୁଦନ ସାହୁ ଓ ବିଭିନ୍ନ ୱାର୍ଡ଼ର କର୍ପୋରେଟରମାନେ ଯୋଗ ଦେଇଥିଲେ । ଏହି ଅବସରରେ ବିଜୁ ବାବୁଙ୍କ ସ୍ମୃତିଚାରଣ କରିଥିଲେ ନେତା ଓ କର୍ମୀ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.