ପ୍ରମୂଖ ଖବର
  • ପଟ୍ଟାମୁଣ୍ଡାଇ ଯୁବତୀ ଜୀଅନ୍ତା ଜଳିଯିବା ମାମଲା : ବ୍ଲାକମେଲର ପୁରୁଷ ବନ୍ଧୁ ଅଟକ, ଚେନ୍ନାଇରୁ ଓଡ଼ିଶା ଆଣୁଛି ପୁଲିସ
  • ||
  • ଶୁକ୍ରବାର ରାଜ୍ୟବ୍ୟାପୀ କଂଗ୍ରେସ ପାଳିବ ବିଶ୍ୱ ଆଦିବାସୀ ଦିବସ, ରବିବାର କଂଗ୍ରେସ ଭବନରେ ହେବ ସଭା
  • ||
  • ଓଟିଇଟି ଲିକ୍‌ କେଳେଙ୍କାରୀର ଖୋଲିବ ଗୁମର, ରିମାଣ୍ଡରେ ଆସିବେ ଜିତନ୍, ବିଜୟ,ସୋମବାରଠୁ ଚାଲିବ ଜେରା
  • ||
  • ଭାରତ ସହିତ ବାଣିଜ୍ୟ ଆଲୋଚନାକୁ ଟ୍ରମ୍ପଙ୍କ ପ୍ରତ୍ୟାଖ୍ୟାନ, କହିଲେ ଟାରିଫ୍ ବିବାଦର ସମାଧାନ ନହେବା ଯାଏ କିଛି ହେବନି
  • ||
  • ଅସ୍ତବ୍ୟସ୍ତ କରୁଛି ଗରମ ସାଙ୍ଗକୁ ଗୁଳୁଗୁଳି: ୧୩ ତାରିଖରେ ଲଘୁଚାପ, ୨୦ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା
  • ||
  • ପାଞ୍ଚ ଦିନରେ ପାଞ୍ଚ ଜିଲ୍ଲା ବୁଲିବେ ଉପମୁଖ୍ୟମନ୍ତ୍ରୀ, ଆଜି କୋଟିଆରେ ‘ସୁଭଦ୍ରା’ ସମୀକ୍ଷା କରିବେ
  • ||
  • ବଲାଙ୍ଗୀର : ନାଳକୁ ଖସିଲା ବାଇକ୍‌; ଜଣେ ମୃତ, ୨ ଗୁରୁତର
  • ||

ନାଳକୁ ଖସିଲା ବାଇକ୍‌; ଜଣେ ମୃତ, ୨ ଗୁରୁତର

Published By : Harapriya Sethi | August 8, 2025 8:03 AM

ବଲାଙ୍ଗୀର,୦୮/୦୮: ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ବୁର୍କାବାହାଲ ଗାଁରେ ଦୁର୍ଘଟଣା । ନାଳକୁ ଖସି ପଡ଼ିଲା ବାଇକ୍‌ । ଏହି ଦୁର୍ଘଟଣାରେ ଜଣକ ମୃତ୍ୟୁ ହୋଇଥିବା ବେଳେ୨ ଜଣ ଗୁରୁତର ହୋଇଛନ୍ତି । ମୃତକ କୁମରମଣି ମିର୍ଧା ବୋଲି ଜଣା ପଡ଼ିଥିବା ବେଳେ ଗୁରୁତରଙ୍କୁ ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ଏକ ବାଇକ୍‌ରେ ୩ ଜଣ ଯୁବକ ତଣ୍ଡାମୁଣ୍ଡା ଗାଁକୁ ଯାଉଥିଲେ । ଏହି ସମୟରେ ବୁର୍କାବାହାଲ ଗାଁରେ ଏକ ନାଳକୁ ବାଇକ୍‌ଟି ଖସି ପଡ଼ିଥିଲା । ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ହୋଇଥିଲେ । ଗୁରୁତର ଦ୍ୱୟଙ୍କୁ ଉଦ୍ଧାର କରି ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ସମ୍ପର୍କରେ ଖବର ପାଇ ପୁଇଁତଳା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.