PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ବାଟରେ ଜଗି ବସିଥିଲା ଯମ, ରାମନବମୀ ଯାତ୍ରା ଦେଖି ଫେରୁଥିବା ବେଳେ ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ

ନୟାଗଡ଼ ୩୧/୦୩:  ଓଡଗାଁ ରାମନବମୀ ଯାତ୍ରା ଦେଖି ଫେରୁଥିଲେ। ବାଟରେ ଜଗି ବସିଥିଲା ଯମ। ବାଇକ୍‌ଯୋଗେ ୩ ଜଣ ଫେରୁଥିବା ବେଳେ କୋମଣ୍ଡ ପଥରାସ୍ଥିତ ବୃଦ୍ଧାଶ୍ରମ ନିକଟରେ ବରଗଛକୁ ପିଟି ବାଇକ୍। ଦୁର୍ଘଟଣାରେ ୩ ଜଣ ବାଇକଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଓଡ଼ଗାଁ ଆଦର୍ଶ ଥାନା ରୋହିବାଙ୍କ ପଞ୍ଚାୟତ ମହେଶ୍ବରପୁର ଗ୍ରାମ ସ୍କୁଲ ସାହିର ମାଧବ ପ୍ରଧାନ(୨୦) ,ସୂର୍ଯ୍ୟକାନ୍ତ ପ୍ରଧାନ (୧୯) ,ରାଜେଶ ନାୟକ  (୧୯)  ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ବାଇକ୍ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବକ, ଗୁରୁବାର ରାତି ପ୍ର୍ରାୟ ୮ଟା ବେଳେଓଡ଼ଗାଁରୁ ଘରୁ ବାହାରି ଶ୍ରୀରାମ ନବମୀ ଯାତ୍ରା ଦେଖିବା ପାଇଁ ଆସିଥିଲେ। ଯାତ୍ରା ଦେଖି ବିଳମ୍ବିତ ରାତିରେ ବାଇକ ନଂ (ଓଡ଼ି ୨୫ ଏନ୩୨୭୪) ଯୋଗେ ଘରକୁ ଫେରୁଥିବା ସମୟରେ ପଥରା ବୃଦ୍ଧାଶ୍ରମ ନିକଟରେ ଭାରସାମ୍ୟ ହରାଇ ରାସ୍ତାପାଶ୍ୱରେ ଥିବା ଏକ ବରଗଛକୁ ବାଇକ୍ ପିଟି ହୋଇଥିଲା ସ୍ଥାନୀୟ ଲୋକେ ବାଇକ୍ ୩ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି  ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ବେଳେ ସୂର୍ଯ୍ୟକାନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ରାଜେଶ ଓ ମାଧବଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି ।