PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ଝିଅ ପାଇଁ ବରପାତ୍ର ଦେଖିବାକୁ ଯିବାବେଳେ ଚଳନ୍ତା ବାଇକରୁ ଖସିପଡିଲେ ପିତା, ଘଟଣାସ୍ଥଳରେ ଉଡିଗଲା ପ୍ରାଣବାୟୁ…

ଚାନ୍ଦବାଲି ୦୨/୦୭: ଝିଅ ପାଇଁ ବରପାତ୍ର ଦେଖିବାକୁ ଯାଉଥିବା ବେଳେ ଚଳନ୍ତା ବାଇକରୁ ଖସିପଡି ପିତା। ସଡ଼କ ଦୁର୍ଘଟଣାରେ ଚାଲିଗଲା ଜୀବନ। ତାଙ୍କ ମୁଣ୍ଡରେ ଆଘାତ ଲାଗି ରକ୍ତସ୍ରାବ ହେବାରୁ ଦୁଃଖଦ ଘଟଣା ଘଟିଛି। । ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଚାନ୍ଦବାଲି ଘଣ୍ଟେଶ୍ବର ଫାଣ୍ଡି ଅନ୍ତର୍ଗତ ବଜରାପୁର ପଞ୍ଚାୟତ ବାଲିଆପାଳ ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଚାନ୍ଦବାଲି ଘଣ୍ଟେଶ୍ବର ଫାଣ୍ଡି ଅନ୍ତର୍ଗତ ବଜରାପୁର ପଞ୍ଚାୟତ ବାଲିଆପାଳ ଗ୍ରାମର ରାମଚନ୍ଦ୍ର ସାହୁ ତାଙ୍କ ଝିଅ ପାଇଁ ବରପାତ୍ର ଦେଖିବା ଜଣଙ୍କ ବାଇକ୍ ପଛରେ ବସି ଯାଉଥିଲେ । ଏହି ସମୟରେ ନୂଆସାହି ଛକ ନିକଟରେ ହଠାତ ଚଳନ୍ତା ବାଇକରୁ ଖସି ପଡ଼ିଥିଲେ । ଫଳରେ ତାଙ୍କ ମୁଣ୍ଡରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା । ଘଟଣାସ୍ଥଳରେ ରାମଚନ୍ଦ୍ରଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ରାମଚନ୍ଦ୍ରଙ୍କ ଘରଲୋକେ ଆମ୍ବୁଲାନ୍ସ ଏବଂ ପୋଲିସକୁ ଖବର ଦେଇଥିଲେ ।ପୋଲିସ ପହଞ୍ଚିବା ବେଳକୁ ରାମଚନ୍ଦ୍ରଙ୍କ ମୃତ୍ୟୁ ହୋଇସାରିଥିଲା । ରାମଚନ୍ଦ୍ରଙ୍କ ବଡ ଭାଇ ଏନେଇ ଘଣ୍ଟେଶ୍ବର ଫାଣ୍ଡିରେ ଲିଖିତ ଅଭିଯୋଗ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ଭଦ୍ରକ ବଡ ମେଡ଼ିକାଲକୁ ପଠାଇଥିବା ଦେଖିବାକୁ ମିଳିଛି । ଦୁର୍ଘଟଣା ଘଟାଇଥିବା ବାଇକକୁ ଘଣ୍ଟେଶ୍ବର ପୋଲିସ ଜବତ  କରିଥିବା ନେଇ ସୂଚନା ମିଳିଛି।

ସମ୍ବନ୍ଧିତ ଖବର