ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

କ୍ଷୀର ଟ୍ୟାଙ୍କର ତଳେ ପଶିଗଲା ବାଇକ୍‌, ଅଳ୍ପକେ ବର୍ତ୍ତିଲେ ଚାଳକ

Published By : Harapriya Sethi | June 25, 2025 11:03 AM

ସାଲେପୁର, ୨୫/୦୬: ଭାରସାମ୍ୟ ହରାଇ କ୍ଷୀର ଟ୍ୟାଙ୍କର ତଳେ ପଶିଗଲା ବାଇକ୍ । ଅଳ୍ପକେ ବର୍ତ୍ତିଗଲେ ବାଇକ୍ ଚାଳକ । କଟକ ଜିଲ୍ଲା ସାଲେପୁର କୁଆପାଳ ଛକ ନିକଟରେ ଏଭଳି ଦୁର୍ଘଟଣା ଘଟିଛି । ଆହତ ବ୍ୟକ୍ତି ହେଲେ ମାହାଙ୍ଗା ବ୍ଲକ୍ ଖନ୍ଦୋଳ ଗାଁର ବିଳାସ ଚନ୍ଦ୍ର ମହାନ୍ତି(୫୫ବର୍ଷ) । 

ସୂଚନା ମୁତାବକ, ବୁଧବାର ସକାଳେ ବିଳାସ ଚନ୍ଦ୍ର ମହାନ୍ତି ନିଜ ବାଇକ୍‌ ଯୋଗେ ଭଡାଘରକୁ ଫେରୁଥିଲେ । ଘରକୁ ଫେରୁଥିବା ସମୟରେ ଭାରସାମ୍ୟ ହରାଇ ବାଇକ୍‌ଟି କେନ୍ଦ୍ରାପଡାରୁ ସାଲେପୁର ଅଭିମୁଖେ ଆସୁଥିବା ଏକ କ୍ଷୀର ଟ୍ୟାଙ୍କର ତଳେ ପଶିଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ବହୁ କଷ୍ଟରେ ବିଳାସଙ୍କୁ ଟ୍ୟାଙ୍କର ତଳୁ ଉଦ୍ଧାର କରିଥିଲେ । ଏହି ଦୁର୍ଘଟଣାରେ ବିଳାସ ସାମାନ୍ୟ ଆହତ ହୋଇଥିବା ବେଳେ ତାଙ୍କ ବାଇକ୍‌ଟି ଭାଙ୍ଗିଯାଇଥିବା ଜଣାପଡ଼ିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.