ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ରାମିଆଳ ନଦୀ ବ୍ରିଜ୍‌ ତଳକୁ ଖସିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

Published By : Harapriya Sethi | January 6, 2025 8:33 AM

କାମାକ୍ଷାନଗର,୦୬/୦୧: ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାମିଆଳ ନଦୀ ବ୍ରିଜ୍‌ ତଳକୁ ଖସିଲା ବାଇକ୍‌ । ଦୁର୍ଘଟଣାରେ ଜଣେ ପ୍ରାଣ ହରାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତ ବ୍ୟକ୍ତି ଜଣକ ତାଳଚେର ସେଣ୍ଟ୍ରାଲ କଲୋନିର ଅନିସ କ୍ୟୁରେସି ଓ ଗୁରୁତର ହେଇଥିବା ବ୍ୟକ୍ତି ସେହି ସେଣ୍ଟ୍ରାଲ କଲୋନିର ଏମ୍ଡି ଇସମାଇଲ ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା ୫୩ ନମ୍ୱର ଜାତୀୟ ରାଜପଥର ରାମିଆଳ ନଦୀ ବ୍ରିଜରେ ଏବଳି ଘଟଣା ଘଟିଛି ।

ସୂଚନା ମୁତାବକ, ଉଭୟ ବ୍ୟକ୍ତି ରବିବାର ବିଳମ୍ୱିତ ରାତିରେ ଏକ ବାଇକ୍‌ ଯୋଗେ ତାଳଚେର ଫେରୁଥିଲେ । ଏହି ସମୟରେ ଭାରସାମ୍ୟ ହରାଇ ବାଇକ୍‌ଟି ରାମିଆଳ ନଦୀ ବ୍ରିଜ ତଳକୁ ଖସି ପଡ଼ିଥିଲା । ଫଳରେ ଘଟଣାସ୍ଥଳରେ ହିଁ ଜଣକର ମୃତ୍ୟୁ ହୋଇଥିଲା । ବାଇକ୍‌ରେ ଥିବା ଅନ୍ୟ ଜଣେ ବ୍ୟକ୍ତି ମଧ୍ୟ ଏହି ଦୁର୍ଘଟଣାରେ ଗୁରୁତର ହୋଇଥିଲେ । ଉକ୍ତ ରାସ୍ତା ଦେଇ ଯାଉଥିବା କିଛି ଯାତ୍ରୀ ଏହି ଦୁର୍ଘଟଣା ହୋଇଥିବାର ଦେଖିଥିଲେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ବ୍ୟକ୍ତିଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ଯୁବକଙ୍କୁ ଘଟଣା ସ୍ଥଳରୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଇଛି ପୋଲସ । ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.