ପ୍ରମୂଖ ଖବର
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ

Published By : Harapriya Sethi | July 14, 2025 9:30 AM

ପୋଲସରା, ୧୪/ ୦୭: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅନ୍ତର୍ଗତ ଚିରିକିପଡା ଶାସନ ଶିବ ମନ୍ଦିର ନିକଟରେ ଅଘଟଣ । ତିନି ଛକଠାରେ ମା' ସିଂହାସନୀଙ୍କ ଗେଟ୍‌ରେ ବିଳମ୍ବିତ ରାତିରେ ପିଟିହେଲା ବାଇକ୍‌ । ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବଡ଼ପଂକଳବାଡି ପଞ୍ଚାୟତ ମଙ୍ଗଳପୁର ଗ୍ରାମର ଦୀପକ ନାୟକ, (୨୦ ବର୍ଷ)ଆରତ ନାୟକ (୨୦ବର୍ଷ) ।

ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ ଚିରିକିପଡା ଶାସନ ଶିବ ମନ୍ଦିର ନିକଟରେ ତିନି ଛକଠାରେ ମା' ସିଂହାସନୀଙ୍କ ଗେଟ୍‌ରେ ଏକ ବାଇକ୍‌ ପିଟି ହୋଇଥିଲା । ଫଳରେ ୨ ଜଣଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ଏସମ୍ପର୍କରେ ଖବର ପାଇ ପୋଲସରା ଥାନାଧିକାରୀ କୌଶିକ ମାଝୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି । ଅନ୍ୟପଟେ ମୃତକଙ୍କୁ ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଛି । ପୋଲସରା ପୁଲିସ ମେଡିକାଲରେ ପହଞ୍ଚି ଆଇନ ଅନୁଯାୟୀ ଯାଞ୍ଚ କରି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ପଠାଇଛି । ଦୁର୍ଘଟଣା ଗ୍ରସ୍ତ ବାଇକ୍‌ଟିକୁ ପୁଲିସ ଜବତ କରିଛି । ଏନେଇ ପୋଲସରା ଥାନାରେ ଏକ ମାମଲା ରୁଜୁ କରିଛି ପୁଲିସ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.